ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହୋଶୂୟ
1. ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋ- ଠାରୁ ପର୍ବତମୟ ଦେଶ ଦେଇ ବୈଥେଲକୁ ଊର୍ଦ୍ଧ୍ଵଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା ।
2. ତହୁଁ ସେ ସୀମା ବୈଥେଲଠାରୁ ଲୁସକୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତକୁ ଗଲା;
3. ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା ।
4. ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ ।
5. ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍ ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା ।
6. ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍-ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା ।
7. ପୁଣି ଯାନୋହଠାରୁ ଅଟାରୋତ୍ ଓ ନାରତ୍ ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା ।
8. ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା । ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ।
9. ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା ।
10. ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 16 / 24
1 ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋ- ଠାରୁ ପର୍ବତମୟ ଦେଶ ଦେଇ ବୈଥେଲକୁ ଊର୍ଦ୍ଧ୍ଵଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା । 2 ତହୁଁ ସେ ସୀମା ବୈଥେଲଠାରୁ ଲୁସକୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତକୁ ଗଲା; 3 ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା । 4 ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ । 5 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍ ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା । 6 ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍-ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା । 7 ପୁଣି ଯାନୋହଠାରୁ ଅଟାରୋତ୍ ଓ ନାରତ୍ ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା । 8 ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା । ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନମାନଙ୍କ ବଂଶର ଏହି ଅଧିକାର । 9 ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା । 10 ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 16 / 24
×

Alert

×

Oriya Letters Keypad References