ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ
1. ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ କଳେକ ଶୁଷ୍କ ଅନ୍ନ ଭଲ ।
2. ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ଵ କରେ, ପୁଣି ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ ।
3. କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି ।
4. କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି ମିଥ୍ୟାବାଦୀ ହିଂସ୍ର ଜିହ୍ଵାରେ କର୍ଣ୍ଣପାତ କରେ ।
5. ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ତିତ ରହିବ ନାହିଁ ।
6. ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ ।
7. ବାକ୍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ ।
8. ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ ।
9. ଯେ ଅଧର୍ମ ଢାଙ୍କେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ ।
10. ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନକୁ ପଦେ ଅନୁଯୋଗ ଅଧିକ କାଟେ ।
11. ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ ।
12. ଛୁଆହରା ଭଲ୍ଲୂକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ ।
13. ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ ।
14. କଳିର ଆରମ୍ଭ କେହି (ବନ୍ଧ କାଟି) ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼ ।
15. ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ ।
16. ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ ।
17. ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ ।
18. ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ ।
19. ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ଵାର ଉଚ୍ଚ କରେ, ସେ ବିନାଶ ଖୋଜେ ।
20. ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ଵା, ସେ ଆପଦରେ ପଡ଼େ ।
21. ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ ।
22. ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ ।
23. ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ ।
24. ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ ।
25. ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ ।
26. ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ ।
27. ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶା; ଆତ୍ମା, ସେ ବୁଦ୍ଧିମାନ ।
28. ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 31
1 ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ କଳେକ ଶୁଷ୍କ ଅନ୍ନ ଭଲ । 2 ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ଵ କରେ, ପୁଣି ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ । 3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି । 4 କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି ମିଥ୍ୟାବାଦୀ ହିଂସ୍ର ଜିହ୍ଵାରେ କର୍ଣ୍ଣପାତ କରେ । 5 ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ତିତ ରହିବ ନାହିଁ । 6 ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ । 7 ବାକ୍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ । 8 ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ । 9 ଯେ ଅଧର୍ମ ଢାଙ୍କେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ । 10 ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନକୁ ପଦେ ଅନୁଯୋଗ ଅଧିକ କାଟେ । 11 ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ । 12 ଛୁଆହରା ଭଲ୍ଲୂକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ । 13 ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ । 14 କଳିର ଆରମ୍ଭ କେହି (ବନ୍ଧ କାଟି) ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼ । 15 ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ । 16 ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ । 17 ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ । 18 ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ । 19 ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ଵାର ଉଚ୍ଚ କରେ, ସେ ବିନାଶ ଖୋଜେ । 20 ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ଵା, ସେ ଆପଦରେ ପଡ଼େ । 21 ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ । 22 ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ । 23 ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ । 24 ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ । 25 ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ । 26 ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ । 27 ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶା; ଆତ୍ମା, ସେ ବୁଦ୍ଧିମାନ । 28 ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 31
×

Alert

×

Oriya Letters Keypad References