ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବଂଶାବଳୀ
1. ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ । ପୁଣି, ସେ ଆପଣା ପୁର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ ।
2. ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍ ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ ।
3. ଆହୁରି, ସେ ହିନ୍ନୋମ-ପୁତ୍ରର ଉପତ୍ୟକାରେ ଧୂପ ଜ୍ଵଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ ।
4. ପୁଣି, ସେ ଉଚ୍ଚସ୍ଥଳୀରେ ଓ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷତଳେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
5. ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ଵର ଅରାମ ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ । ମଧ୍ୟ ସେ ଇସ୍ରାଏଲ-ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ ।
6. କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିଲେ ।
7. ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ଵିତୀୟ (ସ୍ଥାନୀୟ) ଇଲ୍‍କାନାକୁ ବଧ କଲା ।
8. ଆଉ, ଇସ୍ରାଏଲ-ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର ଓ କନ୍ୟା, ଦୁଇ ଲକ୍ଷ ପ୍ରାଣୀକି ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟଦ୍ରବ୍ୟ ନେଲେ ଓ ସେହି ଲୁଟଦ୍ରବ୍ୟସବୁ ଶମରୀୟାକୁ ଆଣିଲେ ।
9. ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲା; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ଯିହୁଦା ପ୍ରତି କୋପାନ୍ଵିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀପ କ୍ରୋଧାଗ୍ନି ଦ୍ଵାରା ସେମାନଙ୍କୁ ବଧ କରିଅଛ ।
10. ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନ-ସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମାନସ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କʼଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତିକୂଳ ସ୍ଵକୃତ ଅପରାଧ ନାହିଁ?
11. ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ରହିଅଛି ।
12. ଏଥିରେ ଯିହୋହାନନର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍ର ପୁତ୍ର ବେରିଖୀୟ ଓ ଶଲ୍ଲୁମର ପୁତ୍ର ଯିହିଷ୍କିୟ ଓ ହଦ୍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,
13. ତୁମ୍ଭେମାନେ ବନ୍ଦୀମାନଙ୍କୁ ଏସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମାନସ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ତ କ୍ରୋଧ ରହିଅଛି ।
14. ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ଓ ସମଗ୍ର ସମାଜର ସମ୍ମୁଖରେ ରଖିଲେ ।
15. ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ଉଲଙ୍ଗ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନ ପାନ କରିବାକୁ ଦେଇ ତୈଳମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ କତିକି ନେଇଗଲେ; ଏଥି ଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ ।
16. ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ ।
17. କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ ।
18. ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବୈଥ୍ଶେମଶ୍ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ ।
19. କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ଵେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତା; ସତ୍ୟଲଙ୍ଘନ କରିଥିଲେ ।
20. ଏଥି ଉତ୍ତାରେ ଅଶୂରର ରାଜା ତିଗ୍ଲତ-ପିଲ୍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା ।
21. କାରଣ ଆହସ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାକୁ ଦେଲେ; ମାତ୍ର ତଦ୍ଦ୍ଵାରା ତାଙ୍କର ସାହାଯ୍ୟ ହେଲା ନାହିଁ ।
22. ପୁଣି, ସେହି ଆହସ୍ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟଲଙ୍ଘନ କଲେ ।
23. କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ନିକଟରେ ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ । ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ ।
24. ଏଉତ୍ତାରେ ଆହସ୍ ପରମେଶ୍ଵରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ଵରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ତ ଖଣ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ ।
25. ଆହୁରି, ସେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ପାଇଁ ଯିହୁଦାର ପ୍ରତ୍ୟେକ ନଗରରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ସଦାପ୍ରଭୁ ତାଙ୍କର ପିତୃଗଣଙ୍କର ପରମେଶ୍ଵରଙ୍କୁ ବିରକ୍ତ କଲେ ।
26. ତାଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି ।
27. ଏଉତ୍ତାରେ ଆହସ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ ।

Notes

No Verse Added

Total 36 Chapters, Current Chapter 28 of Total Chapters 36
ଦିତୀୟ ବଂଶାବଳୀ 28:12
1. ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ ପୁଣି, ସେ ଆପଣା ପୁର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ
2. ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍ ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ
3. ଆହୁରି, ସେ ହିନ୍ନୋମ-ପୁତ୍ରର ଉପତ୍ୟକାରେ ଧୂପ ଜ୍ଵଳାଇଲେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ
4. ପୁଣି, ସେ ଉଚ୍ଚସ୍ଥଳୀରେ ପର୍ବତ ଉପରେ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷତଳେ ବଳିଦାନ କଲେ ଧୂପ ଜ୍ଵଳାଇଲେ
5. ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ଵର ଅରାମ ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ ମଧ୍ୟ ସେ ଇସ୍ରାଏଲ-ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ
6. କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିଲେ
7. ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଗୃହାଧ୍ୟକ୍ଷ ଅସ୍ରୀକାମକୁ ରାଜାଙ୍କର ଦ୍ଵିତୀୟ (ସ୍ଥାନୀୟ) ଇଲ୍‍କାନାକୁ ବଧ କଲା
8. ଆଉ, ଇସ୍ରାଏଲ-ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର କନ୍ୟା, ଦୁଇ ଲକ୍ଷ ପ୍ରାଣୀକି ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟଦ୍ରବ୍ୟ ନେଲେ ସେହି ଲୁଟଦ୍ରବ୍ୟସବୁ ଶମରୀୟାକୁ ଆଣିଲେ
9. ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲା; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ଯିହୁଦା ପ୍ରତି କୋପାନ୍ଵିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀପ କ୍ରୋଧାଗ୍ନି ଦ୍ଵାରା ସେମାନଙ୍କୁ ବଧ କରିଅଛ
10. ଆଉ, ଏବେ ତୁମ୍ଭେମାନେ ଯିହୁଦାର ଯିରୂଶାଲମର ସନ୍ତାନ-ସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ବନ୍ଧାଦାସୀ କରି ରଖିବାକୁ ମାନସ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କʼଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତିକୂଳ ସ୍ଵକୃତ ଅପରାଧ ନାହିଁ?
11. ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ରହିଅଛି
12. ଏଥିରେ ଯିହୋହାନନର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍ର ପୁତ୍ର ବେରିଖୀୟ ଶଲ୍ଲୁମର ପୁତ୍ର ଯିହିଷ୍କିୟ ହଦ୍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,
13. ତୁମ୍ଭେମାନେ ବନ୍ଦୀମାନଙ୍କୁ ଏସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଅପରାଧସକଳର ବୃଦ୍ଧି କରିବାକୁ ମାନସ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଇସ୍ରାଏଲ ଉପରେ ପ୍ରଚଣ୍ତ କ୍ରୋଧ ରହିଅଛି
14. ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ସମଗ୍ର ସମାଜର ସମ୍ମୁଖରେ ରଖିଲେ
15. ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ଉଲଙ୍ଗ ଲୋକଙ୍କୁ ବସ୍ତ୍ର ପାଦୁକା ପିନ୍ଧାଇଲେ ସେମାନଙ୍କୁ ଭୋଜନ ପାନ କରିବାକୁ ଦେଇ ତୈଳମର୍ଦ୍ଦନ କଲେ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ କତିକି ନେଇଗଲେ; ଏଥି ଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ
16. ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ
17. କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ
18. ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବୈଥ୍ଶେମଶ୍ ଅୟାଲୋନ୍ ଗଦେରୋତ୍, ପୁଣି ସୋଖୋ ତହିଁର ଉପନଗର, ତିମ୍ନା ତହିଁର ଉପନଗର, ଗିମ୍ସୋ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ
19. କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ଵେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତା; ସତ୍ୟଲଙ୍ଘନ କରିଥିଲେ
20. ଏଥି ଉତ୍ତାରେ ଅଶୂରର ରାଜା ତିଗ୍ଲତ-ପିଲ୍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ଦେଇ କ୍ଳେଶ ଦେଲା
21. କାରଣ ଆହସ୍ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କର ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାକୁ ଦେଲେ; ମାତ୍ର ତଦ୍ଦ୍ଵାରା ତାଙ୍କର ସାହାଯ୍ୟ ହେଲା ନାହିଁ
22. ପୁଣି, ସେହି ଆହସ୍ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟଲଙ୍ଘନ କଲେ
23. କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ନିକଟରେ ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ ମାତ୍ର ସେମାନେ ତାଙ୍କର ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ
24. ଏଉତ୍ତାରେ ଆହସ୍ ପରମେଶ୍ଵରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ପରମେଶ୍ଵରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ତ ଖଣ୍ତ କଲେ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ
25. ଆହୁରି, ସେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ପାଇଁ ଯିହୁଦାର ପ୍ରତ୍ୟେକ ନଗରରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ସଦାପ୍ରଭୁ ତାଙ୍କର ପିତୃଗଣଙ୍କର ପରମେଶ୍ଵରଙ୍କୁ ବିରକ୍ତ କଲେ
26. ତାଙ୍କର ଅବଶିଷ୍ଟ ବୃତ୍ତା; ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି
27. ଏଉତ୍ତାରେ ଆହସ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ
Total 36 Chapters, Current Chapter 28 of Total Chapters 36
×

Alert

×

oriya Letters Keypad References