ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ
1. ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ।
2. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ-ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;
3. ତୁମ୍ଭେ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀ ଥିଲା, ତାହାର ପକ୍ଷ ବଡ଼ ଓ ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା: ଯିହି. ୧୭:୧୨ ଦ୍ଵି.ରା.୨୪:୧୨
4. ସେ ତହିଁର ସାନ ସାନ ପଲ୍ଲବର ଉଚ୍ଚତମ ପଲ୍ଲବ କାଟି ବାଣିଜ୍ୟ ଦେଶକୁ ନେଇ ବଣିକମାନଙ୍କର ଗୋଟିଏ ନଗରରେ ରଖିଲା ।
5. ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବରା ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା ।
6. ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା ।
7. ପୁଣି, ଆଉ ଗୋଟିଏ ବଡ଼ ବଡ଼ ପକ୍ଷ ଓ ଅନେକ ଲୋମବିଶିଷ୍ଟ ବୃହତ ଉତ୍କ୍ରୋଶ ପକ୍ଷୀ ଥିଲା; ଆଉ ଦେଖ, ସେହି ଦ୍ରାକ୍ଷାଲତା ଜଳରେ ସେଚିତ ହେବା ପାଇଁ ଆପଣା ରୋପିତ ହେବା କିଆରିରୁ ତାହାର ଆଡ଼େ ଆପଣା ମୂଳ ବକ୍ର କରି ଶାଖା ବିସ୍ତାର କଲା ।
8. ତାହା ଯେପରି ଶାଖାବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବରା ଭୂମିରେ ରୋପିତ ହୋଇଥିଲା ।
9. ତୁମ୍ଭେ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ?
10. ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ? ବଢ଼ିବା କିଆରିରେ ତାହା ଶୁଷ୍କ ହୋଇଯିବ ।
11. ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
12. ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇ ଗଲା;
13. ପୁଣି, ରାଜ୍ୟ ଯେପରି ଅବନତ ହୋଇ ଆଉ ଉନ୍ନତ ନୋହିବ, ମାତ୍ର ତାହାର ନିୟମ ପାଳନ କରି ଯେପରି ସ୍ଥିର ହେବ, ଏଥିପାଇଁ ଯିହି. ୨୯:୧୪
14. ସେ ରାଜବଂଶରୁ ଗୋଟିଏ ବୀଜ ନେଇ ତାହା ସଙ୍ଗେ ନିୟମ କଲା, ମଧ୍ୟ ତାହାକୁ ଶପଥାଧୀନ କଲା ଓ ଦେଶର ପରାକ୍ରମୀ ଲୋକମାନଙ୍କୁ ନେଇଗଲା ।
15. ମାତ୍ର ସେ ଅଶ୍ଵଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା । ସେ କି କୃତକାର୍ଯ୍ୟ ହେବ।? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବଣ?
16. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଓ ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ଓ ତାହାର ନିକଟରେ, ସେ ନିଶ୍ଚୟ ମରିବ ।
17. ପୁଣି, ଅନେକ ଲୋକଙ୍କୁ ଉଚ୍ଛିନ୍ନ କରିବା ପାଇଁ ସେମାନେ ଯେତେବେଳେ ବନ୍ଧ ବାନ୍ଧିବେ ଓ ଗଡ଼ ନିର୍ମାଣ କରିବେ, ସେତେବେଳେ ଫାରୋ ଆପଣାର ପରାକ୍ରା; ସୈନ୍ୟସାମ; ଓ ମହାସୈନ୍ୟଦଳ ଦ୍ଵାରା ଯୁଦ୍ଧରେ ତାହାର ସାହାଯ୍ୟ କରିବ ନାହିଁ ।
18. କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ ।
19. ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ସେ ଆମ୍ଭର ଯେଉଁ ଶପଥ ତୁଚ୍ଛ କରିଅଛି ଓ ଆମ୍ଭର ଯେଉଁ ନିୟମ ଭଙ୍ଗ କରିଅଛି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ତହିଁର ପ୍ରତିଫଳ ତାହାର ମସ୍ତକରେ ବର୍ତ୍ତାଇବା ।
20. ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେସ୍ଥାନରେ ଆମ୍ଭେ ତାହାର ବିଚାର କରିବା ।
21. ପୁଣି, ତାହାର ସକଳ ସୈନ୍ୟଦଳ ମଧ୍ୟରୁ ପଳାତକ ସମସ୍ତେ ଖଡ଼୍‍ଗରେ ପତିତ ହେବେ ଓ ଅବଶିଷ୍ଟ ଥିବା ଲୋକମାନେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ ହେବେ; ତହିଁରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ ।
22. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା;
23. ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ ।
24. ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ଓ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଓ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସିଦ୍ଧ କରିଅଛୁ ।

Notes

No Verse Added

Total 48 Chapters, Current Chapter 17 of Total Chapters 48
ଯିହିଜିକଲ 17:13
1. ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା
2. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ-ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଏକ ଦୃଷ୍ଟାନ୍ତ କଥା କୁହ;
3. ତୁମ୍ଭେ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀ ଥିଲା, ତାହାର ପକ୍ଷ ବଡ଼ ଡେଣା ଦୀର୍ଘ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା: ଯିହି. ୧୭:୧୨ ଦ୍ଵି.ରା.୨୪:୧୨
4. ସେ ତହିଁର ସାନ ସାନ ପଲ୍ଲବର ଉଚ୍ଚତମ ପଲ୍ଲବ କାଟି ବାଣିଜ୍ୟ ଦେଶକୁ ନେଇ ବଣିକମାନଙ୍କର ଗୋଟିଏ ନଗରରେ ରଖିଲା
5. ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବରା ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା
6. ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ପଲ୍ଲବିତ ହେଲା
7. ପୁଣି, ଆଉ ଗୋଟିଏ ବଡ଼ ବଡ଼ ପକ୍ଷ ଅନେକ ଲୋମବିଶିଷ୍ଟ ବୃହତ ଉତ୍କ୍ରୋଶ ପକ୍ଷୀ ଥିଲା; ଆଉ ଦେଖ, ସେହି ଦ୍ରାକ୍ଷାଲତା ଜଳରେ ସେଚିତ ହେବା ପାଇଁ ଆପଣା ରୋପିତ ହେବା କିଆରିରୁ ତାହାର ଆଡ଼େ ଆପଣା ମୂଳ ବକ୍ର କରି ଶାଖା ବିସ୍ତାର କଲା
8. ତାହା ଯେପରି ଶାଖାବିଶିଷ୍ଟ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବରା ଭୂମିରେ ରୋପିତ ହୋଇଥିଲା
9. ତୁମ୍ଭେ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ? ମହାପରାକ୍ରମ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ?
10. ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ଯିବ? ବଢ଼ିବା କିଆରିରେ ତାହା ଶୁଷ୍କ ହୋଇଯିବ
11. ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
12. ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇ ଗଲା;
13. ପୁଣି, ରାଜ୍ୟ ଯେପରି ଅବନତ ହୋଇ ଆଉ ଉନ୍ନତ ନୋହିବ, ମାତ୍ର ତାହାର ନିୟମ ପାଳନ କରି ଯେପରି ସ୍ଥିର ହେବ, ଏଥିପାଇଁ ଯିହି. ୨୯:୧୪
14. ସେ ରାଜବଂଶରୁ ଗୋଟିଏ ବୀଜ ନେଇ ତାହା ସଙ୍ଗେ ନିୟମ କଲା, ମଧ୍ୟ ତାହାକୁ ଶପଥାଧୀନ କଲା ଦେଶର ପରାକ୍ରମୀ ଲୋକମାନଙ୍କୁ ନେଇଗଲା
15. ମାତ୍ର ସେ ଅଶ୍ଵଗଣ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା ସେ କି କୃତକାର୍ଯ୍ୟ ହେବ।? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବଣ?
16. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ତାହାର ନିକଟରେ, ସେ ନିଶ୍ଚୟ ମରିବ
17. ପୁଣି, ଅନେକ ଲୋକଙ୍କୁ ଉଚ୍ଛିନ୍ନ କରିବା ପାଇଁ ସେମାନେ ଯେତେବେଳେ ବନ୍ଧ ବାନ୍ଧିବେ ଗଡ଼ ନିର୍ମାଣ କରିବେ, ସେତେବେଳେ ଫାରୋ ଆପଣାର ପରାକ୍ରା; ସୈନ୍ୟସାମ; ମହାସୈନ୍ୟଦଳ ଦ୍ଵାରା ଯୁଦ୍ଧରେ ତାହାର ସାହାଯ୍ୟ କରିବ ନାହିଁ
18. କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ
19. ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ସେ ଆମ୍ଭର ଯେଉଁ ଶପଥ ତୁଚ୍ଛ କରିଅଛି ଆମ୍ଭର ଯେଉଁ ନିୟମ ଭଙ୍ଗ କରିଅଛି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ତହିଁର ପ୍ରତିଫଳ ତାହାର ମସ୍ତକରେ ବର୍ତ୍ତାଇବା
20. ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେସ୍ଥାନରେ ଆମ୍ଭେ ତାହାର ବିଚାର କରିବା
21. ପୁଣି, ତାହାର ସକଳ ସୈନ୍ୟଦଳ ମଧ୍ୟରୁ ପଳାତକ ସମସ୍ତେ ଖଡ଼୍‍ଗରେ ପତିତ ହେବେ ଅବଶିଷ୍ଟ ଥିବା ଲୋକମାନେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ ହେବେ; ତହିଁରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ
22. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଉନ୍ନତ ପର୍ବତରେ ରୋପଣ କରିବା;
23. ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ
24. ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ସିଦ୍ଧ କରିଅଛୁ
Total 48 Chapters, Current Chapter 17 of Total Chapters 48
×

Alert

×

oriya Letters Keypad References