ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ
1. ଅନନ୍ତର ଏକାଦଶ ବର୍ଷରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2. ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର କହିଅଛି, ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟ-ମାନଙ୍କର ନଗର-ଦ୍ଵାର ସ୍ଵରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ଆଡ଼େ ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;
3. ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କି ଉଠାଇବା ।
4. ତହିଁରେ ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ, ଆମ୍ଭେ ମଧ୍ୟ ତାହାର ଧୂଳିସବୁ ଚାଞ୍ଛି ପକାଇ ତାକୁ ଶୁଷ୍କ ଶୈଳ କରିବା ।
5. ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟ-ଦ୍ରବ୍ୟ ସ୍ଵରୂପ ହେବ ।
6. ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ଼୍‍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
7. କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ଵ, ରଥ, ଅଶ୍ଵାରୋହୀଗଣ ଓ ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୁଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା ।
8. ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ଼୍‍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ ଓ ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ ।
9. ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ଵାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ ।
10. ତାହାର ଅଶ୍ଵଗଣର ବାହୁଲ୍ୟ ହେତୁରୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ-ପ୍ରାଚୀରବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ଵାରରେ ପ୍ରବେଶ କରିବ, ସେତେବେଳେ ଅଶ୍ଵାରୋହୀଗଣର, ଶକଟର ଓ ରଥସମୂହର ଶଦ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ ।
11. ସେ ଆପଣା ଅଶ୍ଵଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ଼୍‍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍ କରିବ ।
12. ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ଵଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ।
13. ପୁଣି, ଆମ୍ଭେ ତୁମ୍ଭର ଗାୟନ ଶଦ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ଵନି ଆଉ ଶୁଣାଯିବ ନାହିଁ ।
14. ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
15. ପ୍ରଭୁ ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶଦ୍ଦରେ କି ଦ୍ଵୀପସମୂହ କମ୍ପିବେ ନାହିଁ?
16. ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ ।
17. ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ! ସେ ତ ସମୁଦ୍ରରେ ପରାକ୍ରା; ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ ।
18. ଏବେ ତୁମ୍ଭର ପତନ ଦିନରେ ଦ୍ଵୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ଵୀପସବୁ ବିହ୍ଵଳ ହେବେ ।
19. କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ:
20. ସେସମୟରେ ଆମ୍ଭେ ଗର୍ତ୍ତଗାମୀମାନଙ୍କ ସହିତ, ପୁରାତନ କାଳର ଲୋକମାନଙ୍କ ନିକଟକୁ ତୁମ୍ଭକୁ ଓହ୍ଲାଇ ଆଣିବା ଓ ପୃଥିବୀର ଅଧୋଭାଗରେ, ଚିରକାଳରୁ ଉତ୍ସନ୍ନ ସ୍ଥାନମାନଙ୍କରେ ଗର୍ତ୍ତଗାମୀମାନଙ୍କ ସଙ୍ଗରେ ତୁମ୍ଭକୁ ବାସ କରାଇବା, ତହିଁରେ ତୁମ୍ଭେ ବସତିସ୍ଥାନ ନୋହିବ; ପୁଣି, ଜୀବିତମାନଙ୍କ ଦେଶରେ ଆମ୍ଭେ ଶୋଭା ସ୍ଥାପନ କରିବା;
21. ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।

Notes

No Verse Added

Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 26 / 48
ଯିହିଜିକଲ 26:10
1 ଅନନ୍ତର ଏକାଦଶ ବର୍ଷରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 2 ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର କହିଅଛି, ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟ-ମାନଙ୍କର ନଗର-ଦ୍ଵାର ସ୍ଵରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ଆଡ଼େ ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା; 3 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କି ଉଠାଇବା । 4 ତହିଁରେ ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ, ଆମ୍ଭେ ମଧ୍ୟ ତାହାର ଧୂଳିସବୁ ଚାଞ୍ଛି ପକାଇ ତାକୁ ଶୁଷ୍କ ଶୈଳ କରିବା । 5 ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟ-ଦ୍ରବ୍ୟ ସ୍ଵରୂପ ହେବ । 6 ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ଼୍‍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 7 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ଵ, ରଥ, ଅଶ୍ଵାରୋହୀଗଣ ଓ ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୁଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା । 8 ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ଼୍‍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ ଓ ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ । 9 ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ଵାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ । 10 ତାହାର ଅଶ୍ଵଗଣର ବାହୁଲ୍ୟ ହେତୁରୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ-ପ୍ରାଚୀରବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ଵାରରେ ପ୍ରବେଶ କରିବ, ସେତେବେଳେ ଅଶ୍ଵାରୋହୀଗଣର, ଶକଟର ଓ ରଥସମୂହର ଶଦ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ । 11 ସେ ଆପଣା ଅଶ୍ଵଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ଼୍‍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍ କରିବ । 12 ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ଵଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ। 13 ପୁଣି, ଆମ୍ଭେ ତୁମ୍ଭର ଗାୟନ ଶଦ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ଵନି ଆଉ ଶୁଣାଯିବ ନାହିଁ । 14 ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 15 ପ୍ରଭୁ ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶଦ୍ଦରେ କି ଦ୍ଵୀପସମୂହ କମ୍ପିବେ ନାହିଁ? 16 ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ । 17 ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ! ସେ ତ ସମୁଦ୍ରରେ ପରାକ୍ରା; ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ । 18 ଏବେ ତୁମ୍ଭର ପତନ ଦିନରେ ଦ୍ଵୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ଵୀପସବୁ ବିହ୍ଵଳ ହେବେ । 19 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ: 20 ସେସମୟରେ ଆମ୍ଭେ ଗର୍ତ୍ତଗାମୀମାନଙ୍କ ସହିତ, ପୁରାତନ କାଳର ଲୋକମାନଙ୍କ ନିକଟକୁ ତୁମ୍ଭକୁ ଓହ୍ଲାଇ ଆଣିବା ଓ ପୃଥିବୀର ଅଧୋଭାଗରେ, ଚିରକାଳରୁ ଉତ୍ସନ୍ନ ସ୍ଥାନମାନଙ୍କରେ ଗର୍ତ୍ତଗାମୀମାନଙ୍କ ସଙ୍ଗରେ ତୁମ୍ଭକୁ ବାସ କରାଇବା, ତହିଁରେ ତୁମ୍ଭେ ବସତିସ୍ଥାନ ନୋହିବ; ପୁଣି, ଜୀବିତମାନଙ୍କ ଦେଶରେ ଆମ୍ଭେ ଶୋଭା ସ୍ଥାପନ କରିବା; 21 ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 26 / 48
Common Bible Languages
West Indian Languages
×

Alert

×

oriya Letters Keypad References