1. ସ୍ଵାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ଵ ଯୁଆଳିରେ। ଆଉ ଥରେ ଯୋଚା ନ ଯାଅ ।
|
2. ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ଵାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ ।
|
3. ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ ।
|
4. ତୁମ୍ଭେମାନେ ଯେତେ ଲୋକ ବ୍ୟବସ୍ଥା ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ ।
|
6. ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ଵାସ ହିଁ ସାର ।
|
10. ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ଵାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ତ ବହନ କରିବ ।
|
11. କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ ।
|
13. କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ଵାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ଵାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ଵରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପର ଦାସ ହୁଅ ।
|
14. କାରଣ ସମସ୍ତ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।”
|
15. କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ଵାରା ବିନଷ୍ଟ ନ ହୁଅ ।
|
17. କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରି ପାର ନାହିଁ ।
|
21. ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।
|