ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହୋଶେୟ
1. ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ ।
2. ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ ।
3. ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜ୍ଞାତ ହେବା ପାଇଁ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ଅରୁଣୋଦୟର ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ ।
4. ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ ।
5. ଏଥିପାଇଁ ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ସେମାନଙ୍କୁ ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ଵାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ତାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ ।
6. କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ଵର ବିଷୟକ ଜ୍ଞାନ ବାସନା କରୁ ।
7. ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେସ୍ଥାନରେ ସେମାନେ ଆମ୍ଭ ପ୍ରତିକୂଳରେ ବିଶ୍ଵାସଘାତକତା କରିଅଛନ୍ତି ।
8. ଗିଲିୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି ।
9. ପୁଣି, ଡକାଇତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି ।
10. ଆମ୍ଭେ ଇସ୍ରାଏଲ-ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି ।
11. ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ଵରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ତରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି ।

ରେକର୍ଡଗୁଡିକ

Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 14
1 2 3 4 5 6 7 8 9 10 11 12 13 14
1 ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ । 2 ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ । 3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜ୍ଞାତ ହେବା ପାଇଁ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ଅରୁଣୋଦୟର ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ । 4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ । 5 ଏଥିପାଇଁ ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ସେମାନଙ୍କୁ ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ଵାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ତାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ । 6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ଵର ବିଷୟକ ଜ୍ଞାନ ବାସନା କରୁ । 7 ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେସ୍ଥାନରେ ସେମାନେ ଆମ୍ଭ ପ୍ରତିକୂଳରେ ବିଶ୍ଵାସଘାତକତା କରିଅଛନ୍ତି । 8 ଗିଲିୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି । 9 ପୁଣି, ଡକାଇତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି । 10 ଆମ୍ଭେ ଇସ୍ରାଏଲ-ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି । 11 ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ଵରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ତରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 14
1 2 3 4 5 6 7 8 9 10 11 12 13 14
×

Alert

×

Oriya Letters Keypad References