ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
1. ଅନନ୍ତର ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
2. ତୁମ୍ଭେ ଖଣ୍ତେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟର ଅଧିକାର ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେସମସ୍ତ ବାକ୍ୟ ତହିଁରେ ଲେଖ ।
3. ହୋଇପାରେ, ଆମ୍ଭେ ଯିହୁଦା-ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଙ୍କଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା ।
4. ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା ।
5. ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;
6. ଏଣୁ ତୁମ୍ଭେ ଯାଅ, ପୁଣି ମୋʼ ମୁଖରୁ ଶୁଣି ଯାହା ଯାହା ଏହି ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ-ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ ।
7. ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ତ କୋପର କଥା କହିଅଛନ୍ତି ।
8. ତହିଁରେ ନେରୀୟର ପୁତ୍ର ବାରୂକ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କର ସକଳ ଆଜ୍ଞାନୁସାରେ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ଗୃହରେ ପାଠ କଲା ।
9. ଏଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ ।
10. ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ଵାରର ପ୍ରବେଶସ୍ଥାନ ନିକଟରେ, ଶାଫନ ଲେଖକର ପୁତ୍ର ଗମରୀୟର କୋଠରୀରେ, ସେହି ପୁସ୍ତକରୁ ଯିରିମୀୟଙ୍କର କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା ।
11. ପୁଣି, ଶାଫନର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,
12. ସେ ରାଜଗୃହକୁ ଓହ୍ଲାଇ ଲେଖକର କୋଠରୀକି ଗଲା; ଆଉ ଦେଖ, ସେ ସ୍ଥାନରେ, ଅଧିପତି ସମସ୍ତେ, ଅର୍ଥାତ୍, ଇଲୀଶାମା ଲେଖକ, ଶମୟୀୟର ପୁତ୍ର ଦଲୟୀୟ, ଅକବୋରର ପୁତ୍ର ଇଲନାଥନ୍, ଶାଫନର ପୁତ୍ର ଗମରୀୟ,ହନାନୀୟର ପୁତ୍ର ସିଦିକୀୟ ଓ ସମସ୍ତ ଅଧିପତି ଉପବିଷ୍ଟ ଥିଲେ ।
13. ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା ।
14. ଏହେତୁ ଅଧିପତି ସମସ୍ତେ କୁଶିର ପ୍ରପୌତ୍ର, ଶେଲିମୀୟର ପୌତ୍ର, ନଥନୀୟର ପୁତ୍ର ଯିହୁଦିକୁ ବାରୂକ ନିକଟକୁ ପଠାଇ କହିଲେ, ତୁମ୍ଭେ ଲୋକମାନଙ୍କ କର୍ଣ୍ଣଗୋଚରରେ ଯେଉଁ ପୁସ୍ତକ ପାଠ କରିଅଛ, ତାହା ହସ୍ତରେ ଘେନି ଆସ । ତହିଁରେ ନେରୀୟର ପୁତ୍ର ବାରୂକ ପୁସ୍ତକଟି ହସ୍ତରେ ଘେନି ସେମାନଙ୍କ ନିକଟରେ ଉପସ୍ଥିତ ହେଲା ।
15. ତହିଁରେ ସେମାନେ ତାହାକୁକହିଲେ, ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର । ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା ।
16. ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ ।
17. ପୁଣି, ସେମାନେ ବାରୂକକୁ ପଚାରିଲେ, କହିଲ, ତୁମ୍ଭେ କିପରି କରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ?
18. ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, ସେ ଆପଣା ମୁଖରେ ଏହିସବୁ କଥା ମୋʼ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ପୁସ୍ତକରେ ଲେଖିଲି ।
19. ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ ।
20. ଏଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ପୁସ୍ତକଟି ଇଲୀଶାମା ଲେଖକର କୋଠରୀରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ ।
21. ତହୁଁ ରାଜା ପୁସ୍ତକ ଆଣିବା ପାଇଁ ଯିହୁଦିକୁ ପଠାନ୍ତେ, ସେ ଇଲୀଶାମା ଲେଖକର କୋଠରୀରୁ ତାହା ଆଣିଲା । ପୁଣି, ଯିହୁଦି ରାଜାଙ୍କ କର୍ଣ୍ଣଗୋଚରରେ ଓ ତାହାଙ୍କ ଛାମୁରେ ଠିଆ ହୋଇଥିବା ସମସ୍ତ ଅଧିପତିଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା ।
22. ଏହି ସମୟରେ, ଅର୍ଥାତ୍, ନବମ ମାସରେ ରାଜା ଶୀତ କାଳ କ୍ଷେପଣର ଗୃହରେ ବସିଥିଲେ ଓ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ଵଳୁଥିଲା ।
23. ଅନନ୍ତର ଯିହୁଦି ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ପୁସ୍ତକ ଭସ୍ମସାତ୍ ହେଲା ।
24. ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ ।
25. ଆହୁରି, ରାଜା ଯେପରି ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍ନାଥନ୍, ଦଲାୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ ।
26. ପୁଣି ରାଜା, ବାରୂକ ଲେଖକକୁ ଓ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲ୍‍କୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ ।
27. ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହିସମସ୍ତ ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
28. ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ତେ ପୁସ୍ତକ ନେଇ ପୁନର୍ବାର ଲେଖ ।
29. ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ ।
30. ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ ।
31. ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ ।
32. ତହୁଁ ଯିରିମୀୟ ଆଉ ଖଣ୍ତେ ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକକୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କର ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା ।

Notes

No Verse Added

Total 52 Chapters, Current Chapter 36 of Total Chapters 52
ଯିରିମିୟ 36
1. ଅନନ୍ତର ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
2. ତୁମ୍ଭେ ଖଣ୍ତେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟର ଅଧିକାର ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେସମସ୍ତ ବାକ୍ୟ ତହିଁରେ ଲେଖ
3. ହୋଇପାରେ, ଆମ୍ଭେ ଯିହୁଦା-ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଙ୍କଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ପାପ କ୍ଷମା କରିବା
4. ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା
5. ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;
6. ଏଣୁ ତୁମ୍ଭେ ଯାଅ, ପୁଣି ମୋʼ ମୁଖରୁ ଶୁଣି ଯାହା ଯାହା ଏହି ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ-ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ
7. ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ପ୍ରଚଣ୍ତ କୋପର କଥା କହିଅଛନ୍ତି
8. ତହିଁରେ ନେରୀୟର ପୁତ୍ର ବାରୂକ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କର ସକଳ ଆଜ୍ଞାନୁସାରେ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ଗୃହରେ ପାଠ କଲା
9. ଏଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ
10. ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ଵାରର ପ୍ରବେଶସ୍ଥାନ ନିକଟରେ, ଶାଫନ ଲେଖକର ପୁତ୍ର ଗମରୀୟର କୋଠରୀରେ, ସେହି ପୁସ୍ତକରୁ ଯିରିମୀୟଙ୍କର କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା
11. ପୁଣି, ଶାଫନର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,
12. ସେ ରାଜଗୃହକୁ ଓହ୍ଲାଇ ଲେଖକର କୋଠରୀକି ଗଲା; ଆଉ ଦେଖ, ସେ ସ୍ଥାନରେ, ଅଧିପତି ସମସ୍ତେ, ଅର୍ଥାତ୍, ଇଲୀଶାମା ଲେଖକ, ଶମୟୀୟର ପୁତ୍ର ଦଲୟୀୟ, ଅକବୋରର ପୁତ୍ର ଇଲନାଥନ୍, ଶାଫନର ପୁତ୍ର ଗମରୀୟ,ହନାନୀୟର ପୁତ୍ର ସିଦିକୀୟ ସମସ୍ତ ଅଧିପତି ଉପବିଷ୍ଟ ଥିଲେ
13. ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା
14. ଏହେତୁ ଅଧିପତି ସମସ୍ତେ କୁଶିର ପ୍ରପୌତ୍ର, ଶେଲିମୀୟର ପୌତ୍ର, ନଥନୀୟର ପୁତ୍ର ଯିହୁଦିକୁ ବାରୂକ ନିକଟକୁ ପଠାଇ କହିଲେ, ତୁମ୍ଭେ ଲୋକମାନଙ୍କ କର୍ଣ୍ଣଗୋଚରରେ ଯେଉଁ ପୁସ୍ତକ ପାଠ କରିଅଛ, ତାହା ହସ୍ତରେ ଘେନି ଆସ ତହିଁରେ ନେରୀୟର ପୁତ୍ର ବାରୂକ ପୁସ୍ତକଟି ହସ୍ତରେ ଘେନି ସେମାନଙ୍କ ନିକଟରେ ଉପସ୍ଥିତ ହେଲା
15. ତହିଁରେ ସେମାନେ ତାହାକୁକହିଲେ, ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା
16. ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ
17. ପୁଣି, ସେମାନେ ବାରୂକକୁ ପଚାରିଲେ, କହିଲ, ତୁମ୍ଭେ କିପରି କରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ?
18. ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, ସେ ଆପଣା ମୁଖରେ ଏହିସବୁ କଥା ମୋʼ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ପୁସ୍ତକରେ ଲେଖିଲି
19. ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, ତୁମ୍ଭେ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ଜାଣୁ
20. ଏଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ପୁସ୍ତକଟି ଇଲୀଶାମା ଲେଖକର କୋଠରୀରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ
21. ତହୁଁ ରାଜା ପୁସ୍ତକ ଆଣିବା ପାଇଁ ଯିହୁଦିକୁ ପଠାନ୍ତେ, ସେ ଇଲୀଶାମା ଲେଖକର କୋଠରୀରୁ ତାହା ଆଣିଲା ପୁଣି, ଯିହୁଦି ରାଜାଙ୍କ କର୍ଣ୍ଣଗୋଚରରେ ତାହାଙ୍କ ଛାମୁରେ ଠିଆ ହୋଇଥିବା ସମସ୍ତ ଅଧିପତିଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା
22. ଏହି ସମୟରେ, ଅର୍ଥାତ୍, ନବମ ମାସରେ ରାଜା ଶୀତ କାଳ କ୍ଷେପଣର ଗୃହରେ ବସିଥିଲେ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ଵଳୁଥିଲା
23. ଅନନ୍ତର ଯିହୁଦି ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ପୁସ୍ତକ ଭସ୍ମସାତ୍ ହେଲା
24. ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ
25. ଆହୁରି, ରାଜା ଯେପରି ପୁସ୍ତକ ପୋଡ଼ି ପକାନ୍ତି, ଏଥିପାଇଁ ଇଲ୍ନାଥନ୍, ଦଲାୟ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ
26. ପୁଣି ରାଜା, ବାରୂକ ଲେଖକକୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲ୍‍କୁ ଅସ୍ରୀୟେଲର ପୁତ୍ର ସରାୟକୁ ଅବ୍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ
27. ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହିସମସ୍ତ ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
28. ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ତେ ପୁସ୍ତକ ନେଇ ପୁନର୍ବାର ଲେଖ
29. ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ
30. ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ରାତ୍ରିବେଳେ କାକରରେ ପକାଯିବ
31. ପୁଣି, ଆମ୍ଭେ ତାହାକୁ ତାହାର ବଂଶକୁ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ
32. ତହୁଁ ଯିରିମୀୟ ଆଉ ଖଣ୍ତେ ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକକୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କର ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା
Total 52 Chapters, Current Chapter 36 of Total Chapters 52
×

Alert

×

oriya Letters Keypad References