ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆୟୁବ ପୁସ୍ତକ
1. ଏଥି ଉତ୍ତାରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା, ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ?
2. ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା ।
3. ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ?
4. କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ଵସ୍ଥାନରୁ ଦୂରୀକୃତ ହେବ?
5. ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ ।
6. ତାହାର ତମ୍ଵୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ ।
7. ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ ।
8. ସେ ଆପଣା ଚରଣ ଦ୍ଵାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ ।
9. ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ ।
10. ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି ।
11. ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ ।
12. ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ ।
13. ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ ।
14. ସେ ଆପଣା ବିଶ୍ଵାସ-ସ୍ଥଳରୂପ ତମ୍ଵୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ ।
15. ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ଵୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ ।
16. ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ ।
17. ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ ।
18. ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ ।
19. ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ-ସ୍ଥାନରେ କେହି ରହିବେ ନାହିଁ ।
20. ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ ।
21. ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ଵରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି ।

ରେକର୍ଡଗୁଡିକ

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 42
1 ଏଥି ଉତ୍ତାରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା, ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ? 2 ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା । 3 ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ? 4 କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ଵସ୍ଥାନରୁ ଦୂରୀକୃତ ହେବ? 5 ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ । 6 ତାହାର ତମ୍ଵୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ । 7 ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ । 8 ସେ ଆପଣା ଚରଣ ଦ୍ଵାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ । 9 ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ । 10 ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି । 11 ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ । 12 ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ । 13 ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ । 14 ସେ ଆପଣା ବିଶ୍ଵାସ-ସ୍ଥଳରୂପ ତମ୍ଵୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ । 15 ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ଵୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ । 16 ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ । 17 ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ । 18 ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ । 19 ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ-ସ୍ଥାନରେ କେହି ରହିବେ ନାହିଁ । 20 ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ । 21 ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ଵରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 42
×

Alert

×

Oriya Letters Keypad References