ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆୟୁବ ପୁସ୍ତକ
1. ମାତ୍ର ଏବେ ମୋʼ ଅପେକ୍ଷା ଅଳ୍ପବୟସ୍କ ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି ।
2. ସେମାନଙ୍କ ବାହୁବଳରେ ମୋହର କି ଲାଭ ହୋଇ ପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି ।
3. ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି ।
4. ସେମାନେ ବୁଦା ନିକଟରୁ ବିସ୍ଵାଦୁ ଶାକ ଛିଣ୍ତାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର ।
5. ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେପରି ସେମାନଙ୍କ ପଛରେ ଡାକ ପକାନ୍ତି ।
6. ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ ।
7. ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ତ ହୁଅନ୍ତି ।
8. ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ ।
9. ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ଵରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ଵରୂପ ହୋଇଅଛି ।
10. ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ ।
11. କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି ।
12. ଇତର ଲୋକମାନେ ମୋʼ ଡାହାଣରେ ଉଠନ୍ତି; ସେମାନେ ମୋʼ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋʼ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି ।
13. ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋʼ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି ।
14. ସେମାନେ ପ୍ରଶସ୍ତ ଭଗ୍ନ-ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋʼ ଉପରେ ଗଡ଼ନ୍ତି ।
15. ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି ।
16. ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳିଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରା; କରିଅଛି ।
17. ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ ।
18. ମୋʼ ରୋଗର ପ୍ରବଳ ଶକ୍ତିରେ ମୋʼ ବସ୍ତ୍ର ବିକୃତ ହୋଇଅଛି; ତାହା ମୋʼ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ ।
19. ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି ।
20. ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦେଉ ନାହିଁ । ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ ।
21. ତୁମ୍ଭେ ମୋʼ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ ।
22. ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ ।
23. କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ ।
24. ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ ।
25. ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା?
26. ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା ।
27. ମୋʼ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋʼ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି ।
28. ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ ।
29. ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି ।
30. ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋʼଠାରୁ ଝଡ଼ି ପଡ଼ୁଅଛି ଓ ମୋʼ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି ।
31. ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ଵରରେ ପରିଣତ ହୋଇଅଛି ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 30 / 42
1 ମାତ୍ର ଏବେ ମୋʼ ଅପେକ୍ଷା ଅଳ୍ପବୟସ୍କ ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି । 2 ସେମାନଙ୍କ ବାହୁବଳରେ ମୋହର କି ଲାଭ ହୋଇ ପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି । 3 ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି । 4 ସେମାନେ ବୁଦା ନିକଟରୁ ବିସ୍ଵାଦୁ ଶାକ ଛିଣ୍ତାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର । 5 ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେପରି ସେମାନଙ୍କ ପଛରେ ଡାକ ପକାନ୍ତି । 6 ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ । 7 ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ତ ହୁଅନ୍ତି । 8 ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ । 9 ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ଵରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ଵରୂପ ହୋଇଅଛି । 10 ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ । 11 କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି । 12 ଇତର ଲୋକମାନେ ମୋʼ ଡାହାଣରେ ଉଠନ୍ତି; ସେମାନେ ମୋʼ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋʼ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି । 13 ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋʼ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି । 14 ସେମାନେ ପ୍ରଶସ୍ତ ଭଗ୍ନ-ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋʼ ଉପରେ ଗଡ଼ନ୍ତି । 15 ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି । 16 ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳିଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରା; କରିଅଛି । 17 ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ । 18 ମୋʼ ରୋଗର ପ୍ରବଳ ଶକ୍ତିରେ ମୋʼ ବସ୍ତ୍ର ବିକୃତ ହୋଇଅଛି; ତାହା ମୋʼ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ । 19 ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି । 20 ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦେଉ ନାହିଁ । ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ । 21 ତୁମ୍ଭେ ମୋʼ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ । 22 ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ । 23 କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ । 24 ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ । 25 ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା? 26 ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା । 27 ମୋʼ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋʼ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି । 28 ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ । 29 ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି । 30 ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋʼଠାରୁ ଝଡ଼ି ପଡ଼ୁଅଛି ଓ ମୋʼ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି । 31 ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ଵରରେ ପରିଣତ ହୋଇଅଛି ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 30 / 42
×

Alert

×

Oriya Letters Keypad References