1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର ।
|
4. ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି ।
|
5. ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି । ସେମାନେ ପଥ ପାର୍ଶ୍ଵରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି । ସେଲା
|
8. ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ । ସେଲା
|
10. ସେମାନଙ୍କ ଉପରେ ଜ୍ଵଳନ୍ତା ଅଙ୍ଗାର ପଡ଼ୁ । ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ ।
|