1. ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି ।
|
2. ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ପବିତ୍ର ସ୍ଥାନର ଗର୍ଭାଗାର ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର ।
|
3. ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ଵ ସ୍ଵ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ ।
|
4. ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ ।
|
5. ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ ।
|
7. ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟ; ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି ।
|
9. ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର ।
|