3. ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି ।
|
4. ସେମାନେ କହିଅଛନ୍ତି, ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ ।
|
7. ଗବାଲ ଓ ଅମ୍ମୋନ୍ ଓ ଅମାଲେକ୍ ଓ ସୋର-ନିବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି ।
|
11. ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ ଓ ସେବର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲ୍ମୁନ୍ନର ସମାନ କର;
|
15. ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ଵାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ତ ବତାସ ଦ୍ଵାରା ସେମାନଙ୍କୁ ଭୟଗ୍ରସ୍ତ କର ।
|
18. ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ତଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ ।
|