ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ପରମେଶ୍ଵରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା । ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ ।
2. ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ଵାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ଵର ଅଟ ।
3. ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ । ପୁଣି କହୁଅଛ, ହେ ମନୁଷ୍ୟ-ସନ୍ତାନଗଣ, ଫେର ।
4. କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ ।
5. ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ଵପ୍ନ ତୁଲ୍ୟ । ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ ।
6. ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ ।
7. କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ ।
8. ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ ।
9. କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ ।
10. ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ଗର୍ବ ଓ ପରିଶ୍ରମ ଦୁଃଖମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ ।
11. ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?
12. ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ ।
13. ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ ।
14. ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା ।
15. ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର ।
16. ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ ।
17. ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 90 / 150
1 ପରମେଶ୍ଵରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା । ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ । 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ଵାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ଵର ଅଟ । 3 ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ । ପୁଣି କହୁଅଛ, ହେ ମନୁଷ୍ୟ-ସନ୍ତାନଗଣ, ଫେର । 4 କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ । 5 ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ଵପ୍ନ ତୁଲ୍ୟ । ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ । 6 ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ । 7 କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ । 8 ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ । 9 କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ । 10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ଗର୍ବ ଓ ପରିଶ୍ରମ ଦୁଃଖମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ । 11 ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ? 12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ । 13 ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ । 14 ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା । 15 ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର । 16 ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ । 17 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 90 / 150
×

Alert

×

Oriya Letters Keypad References