2. ମାତ୍ର ନାଦବ୍ ଓ ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ ।
|
3. ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ୍ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ ।
|
4. ପୁଣି ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ ।
|
5. ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ଵାରା ବିଭକ୍ତ କରାଗଲେ; କାରଣ ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର-ସ୍ଥାନର ଅଧିପତି ଓ ପରମେଶ୍ଵରଙ୍କ ଗୃହର ଅଧିପତି ହେଲେ ।
|
6. ପୁଣି ରାଜାଙ୍କର ଓ ଅଧିପତିମାନଙ୍କର ଓ ସାଦୋକ ଯାଜକର ଓ ଅବୀୟାଥରର ପୁତ୍ର ଅହୀମେଲକ୍ର ଓ ଯାଜକୀୟ ଓ ଲେବୀୟ ପିତୃବଂଶପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା ।
|
19. ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ଵାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା ।
|
20. ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା । ଅମ୍ରାମ୍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ ।
|
31. ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା ଓ ସାଦୋକ ଓ ଅହୀମେଲକ୍, ପୁଣି ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା ।
|