ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳା; ପଶୁ ପ୍ରତି ଭାର ହୋଇଅଛି ।
2. ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରିପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି ।
3. ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ଵାରା ଉଠା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
4. ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ଵକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା ।
5. ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?
6. ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରିକି ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ତବତ କରି ପୂଜା କରନ୍ତି ।
7. ସେମାନେ ତାହାକୁ ସ୍କନ୍ଧରେ ବହି ନିଅନ୍ତି ଓ ତାହାକୁ ବହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁସେ ଉତ୍ତର ଦେଇପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରିପାରିବ ନାହିଁ ।
8. ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ଵ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର ।
9. ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ଵର, ଦ୍ଵିତୀୟ ନାହିଁ; ଆମ୍ଭେ ପରମେଶ୍ଵର, ଆମ୍ଭ ତୁଲ୍ୟ କେହି ନାହିଁ;
10. ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନୋରଥ ସିଦ୍ଧ କରିବା;
11. ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକି, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ଵାନ କରୁ; ଆମ୍ଭେ କହିଅଛୁ ⇧, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା ।
12. ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ ।
13. ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ନୋହିବ ଓ ଆମ୍ଭ ପରିତ୍ରାଣର ବିଳମ୍ଵ ନୋହିବ; ଆମ୍ଭର ଗୌରବ ସ୍ଵରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 46 / 66
1 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳା; ପଶୁ ପ୍ରତି ଭାର ହୋଇଅଛି । 2 ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରିପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି । 3 ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ଵାରା ଉଠା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ; 4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ଵକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା । 5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା? 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରିକି ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ତବତ କରି ପୂଜା କରନ୍ତି । 7 ସେମାନେ ତାହାକୁ ସ୍କନ୍ଧରେ ବହି ନିଅନ୍ତି ଓ ତାହାକୁ ବହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁସେ ଉତ୍ତର ଦେଇପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରିପାରିବ ନାହିଁ । 8 ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ଵ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର । 9 ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ଵର, ଦ୍ଵିତୀୟ ନାହିଁ; ଆମ୍ଭେ ପରମେଶ୍ଵର, ଆମ୍ଭ ତୁଲ୍ୟ କେହି ନାହିଁ; 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନୋରଥ ସିଦ୍ଧ କରିବା; 11 ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକି, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ଵାନ କରୁ; ଆମ୍ଭେ କହିଅଛୁ ⇧, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା । 12 ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ । 13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ନୋହିବ ଓ ଆମ୍ଭ ପରିତ୍ରାଣର ବିଳମ୍ଵ ନୋହିବ; ଆମ୍ଭର ଗୌରବ ସ୍ଵରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 46 / 66
×

Alert

×

Oriya Letters Keypad References