ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ଅନନ୍ତର ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
2. ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଙ୍କଳ୍ପ ନିବାରଣ କରାଯାଇ ନ ପାରେ ।
3. ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ? ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି ।
4. ବିନୟ କରୁଅଛି, ଶୁଣ, ମୁଁ କଥା କହିବି; ମୁଁ ତୁମ୍ଭଙ୍କୁ ପ୍ରଶ୍ନ କରିବି, ଆଉ ତୁମ୍ଭେ ମୋତେ ବୁଝାଇ ଦିଅ ।
5. ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,
6. ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି ।
7. ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍କୁ କହିଲେ, ତୁମ୍ଭ ପ୍ରତି ଓ ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ଵଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ ।
8. ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ ।
9. ତହିଁରେ ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ଯାଇ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାପ୍ରମାଣେ କର୍ମ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ଗ୍ରାହ୍ୟ କଲେ ।
10. ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ଵିଗୁଣ ପ୍ରଦାନ କଲେ ।
11. ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ଵନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ ।
12. ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ ।
13. ମଧ୍ୟ ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଲେ ।
14. ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଓ ଦ୍ଵିତୀୟାର ନାମ କତ୍ସୀୟା ଓ ତୃତୀୟାର ନାମ କେରଣ-ହପ୍ପୁକ୍ ଦେଲା ।
15. ଦେଶଯାକରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା ।
16. ପୁଣି, ଏଥି ଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପୁରୁଷଯାଏ ଆପଣାର ପୁତ୍ରପୌତ୍ର-ମାନଙ୍କୁ ଦେଖିଲା ।
17. ଏହିରୂପେ ଆୟୁବ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲା ।

Notes

No Verse Added

Total 42 Chapters, Current Chapter 42 of Total Chapters 42
ଆୟୁବ ପୁସ୍ତକ 42
1. ଅନନ୍ତର ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
2. ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ତୁମ୍ଭର କୌଣସି ସଙ୍କଳ୍ପ ନିବାରଣ କରାଯାଇ ପାରେ
3. ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ କିଏ? ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି
4. ବିନୟ କରୁଅଛି, ଶୁଣ, ମୁଁ କଥା କହିବି; ମୁଁ ତୁମ୍ଭଙ୍କୁ ପ୍ରଶ୍ନ କରିବି, ଆଉ ତୁମ୍ଭେ ମୋତେ ବୁଝାଇ ଦିଅ
5. ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,
6. ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଭସ୍ମରେ ବସି ଅନୁତାପ କରୁଅଛି
7. ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍କୁ କହିଲେ, ତୁମ୍ଭ ପ୍ରତି ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ଵଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ
8. ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ
9. ତହିଁରେ ତୈମନୀୟ ଇଲୀଫସ୍ ଶୂହୀୟ ବିଲ୍ଦଦ୍ ନାମାଥୀୟ ସୋଫର ଯାଇ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାପ୍ରମାଣେ କର୍ମ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ଗ୍ରାହ୍ୟ କଲେ
10. ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ଵିଗୁଣ ପ୍ରଦାନ କଲେ
11. ତହିଁରେ ଆୟୁବର ସମସ୍ତ ଭ୍ରାତା ସମସ୍ତ ଭଗିନୀ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ଵନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ
12. ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଛଅ ହଜାର ଉଷ୍ଟ୍ର ଏକ ହଜାର ହଳ ବଳଦ ଏକ ହଜାର ଗର୍ଦ୍ଦଭୀ ହେଲେ
13. ମଧ୍ୟ ତାହାର ସାତ ପୁତ୍ର ତିନି କନ୍ୟା ଜନ୍ମିଲେ
14. ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଦ୍ଵିତୀୟାର ନାମ କତ୍ସୀୟା ତୃତୀୟାର ନାମ କେରଣ-ହପ୍ପୁକ୍ ଦେଲା
15. ଦେଶଯାକରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା
16. ପୁଣି, ଏଥି ଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପୁରୁଷଯାଏ ଆପଣାର ପୁତ୍ରପୌତ୍ର-ମାନଙ୍କୁ ଦେଖିଲା
17. ଏହିରୂପେ ଆୟୁବ ବୃଦ୍ଧ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲା
Total 42 Chapters, Current Chapter 42 of Total Chapters 42
×

Alert

×

oriya Letters Keypad References