4. ସେଥିରେ ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ ।
|
7. ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର । ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ ।
|
9. ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସ ହୋଇଥିବା ସେହି ପାଣିକି ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ,
|
10. ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ ।
|
11. ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ଵାସ କଲେ ।
|
12. ଏଥିଉତ୍ତାରେ ସେ ଆପଣା ମାତା, ଭ୍ରାତୃବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ ।
|
14. ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;
|
16. ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ ।
|
17. ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା ।
|
18. ସେଥିରେ ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭ-ମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?
|
19. ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।
|
20. ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ?
|
22. ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ଵାସ କଲେ ।
|
23. ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମରେ ଥିବାବେଳେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ଵାସ କଲେ,
|
24. କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ଵାସ ନ କରି ସେମାନଙ୍କ-ଠାରୁ ଆପଣାକୁ ପୃଥକ୍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ,
|
25. ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣୁଥିଲେ ।
|