ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମଲାଖୀ
1. କାରଣ ଦେଖ, ସେଦିନ ଆସୁଅଛି, ତାହା ତୁନ୍ଦୁର ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
2. ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବେ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ ।
3. ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ ।
4. ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର ।
5. ଦେଖ, ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା ।
6. ପୁଣି, ଆମ୍ଭେ ଆସି ଯେପରି ପୃଥିବୀକି ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେ ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ ।
Total 4 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 4
1 2 3 4
1 କାରଣ ଦେଖ, ସେଦିନ ଆସୁଅଛି, ତାହା ତୁନ୍ଦୁର ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । 2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବେ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ । 3 ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ । 4 ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର । 5 ଦେଖ, ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା । 6 ପୁଣି, ଆମ୍ଭେ ଆସି ଯେପରି ପୃଥିବୀକି ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେ ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ ।
Total 4 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 4
1 2 3 4
×

Alert

×

Oriya Letters Keypad References