1. ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ଵିତ କର ।
|
5. ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ ।
|
6. ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;
|
7. ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ ।
|
11. ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ ।
|
12. ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ ।
|
18. ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
|