ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ । ମସ୍କୀଲ୍ । ପ୍ରେମ ଗୀତ । ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ଵା ଶୀଘ୍ର ଲେଖକର ଲେଖନୀ ସ୍ଵରୂପ ।
2. ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ଵର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି ।
3. ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ ।
4. ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ ।
5. ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ ।
6. ହେ ପରମେଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳ-ସ୍ଥାୟୀ; ତୁମ୍ଭର ରାଜଦଣ୍ତ ନ୍ୟାୟଦଣ୍ତ ଅଟେ ।
7. ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
8. ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି ।
9. ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀ-ମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି ।
10. ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
11. ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ । କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର ।
12. ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ ।
13. ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ ।
14. ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ ।
15. ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
16. ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ ।
17. ମୁଁ ସକଳ ପୁରୁଷପରମ୍ପରାରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ଧନ୍ୟବାଦ କରିବେ ।

Notes

No Verse Added

Total 150 Chapters, Current Chapter 45 of Total Chapters 150
ଗୀତସଂହିତା 45
1. ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ ମସ୍କୀଲ୍ ପ୍ରେମ ଗୀତ ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ଵା ଶୀଘ୍ର ଲେଖକର ଲେଖନୀ ସ୍ଵରୂପ
2. ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ଵର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି
3. ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ପ୍ରଭାବ ବାନ୍ଧ
4. ପୁଣି, ସତ୍ୟତା ନମ୍ରତା ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ
5. ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ
6. ହେ ପରମେଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳ-ସ୍ଥାୟୀ; ତୁମ୍ଭର ରାଜଦଣ୍ତ ନ୍ୟାୟଦଣ୍ତ ଅଟେ
7. ତୁମ୍ଭେ ଧର୍ମକୁ ପ୍ରେମ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
8. ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ ଅଗୁରୁ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି
9. ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀ-ମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି
10. ଆଗୋ କନ୍ୟେ, ଶୁଣ, ବିବେଚନା କର ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ପିତୃଗୃହକୁ ପାସୋର;
11. ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର
12. ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ
13. ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ
14. ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ
15. ସେମାନେ ଆନନ୍ଦ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
16. ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ
17. ମୁଁ ସକଳ ପୁରୁଷପରମ୍ପରାରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ଧନ୍ୟବାଦ କରିବେ
Total 150 Chapters, Current Chapter 45 of Total Chapters 150
×

Alert

×

oriya Letters Keypad References