ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ରାଜାବଳୀ
1. ଯେହୂଙ୍କର ଅଧିକାରର ସପ୍ତମ ବର୍ଷରେ ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କରଣମାତାର ନାମ ସିବୀୟା, ସେ ବେର୍ଶେବା-ନିବାସିନୀ ଥିଲେ ।
2. ଯିହୋୟାଦା ଯାଜକ ଯୋୟାଶ୍ଙ୍କୁ ଯେତେ ଦିନ ଶିକ୍ଷା ଦେଲା, ସେତେ ଦିନ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ।
3. ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
4. ଅନନ୍ତର ଯୋୟାଶ୍ ଯାଜକମାନଙ୍କୁ କହିଲେ, ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ,
5. ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନର୍ନିର୍ମାଣ କରନ୍ତୁ ।
6. ମାତ୍ର ଯୋୟାଶ୍ ରାଜାଙ୍କର ଅଧିକାରର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନର୍ନିର୍ମାଣ କରି ନ ଥିଲେ ।
7. ତହିଁରେ ଯୋୟାଶ୍ ରାଜା ଯିହୋୟାଦ ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନର୍ନିର୍ମାଣ କରୁନାହଁ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନସ୍ଥାନ ନିମନ୍ତେ ତାହା ସମର୍ପଣ କର ।
8. ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନର୍ନିର୍ମାଣ ନ କରିବାକୁ ସମ୍ମତ ହେଲେ ।
9. ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ-ସ୍ଥାନର ଦକ୍ଷିଣ ପାର୍ଶ୍ଵରେ ରଖିଲା; ପୁଣି ଦ୍ଵାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ ।
10. ଏଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ ।
11. ପୁଣି ସେମାନେ ସେହି ପରିମିତ ମୁଦ୍ରା ସଦାପ୍ରଭୁଙ୍କ ଗୃହର କର୍ମକାରକ ଅଧ୍ୟକ୍ଷମାନଙ୍କ ହସ୍ତରେ ଦେଲେ; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀ ସୂତ୍ରଧର ଓ ଗାନ୍ଥକ
12. ଓ ରାଜମିସ୍ତ୍ରୀ ଓ ପ୍ରସ୍ତର-ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନର୍ନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନର୍ନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ ।
13. ମାତ୍ର ସଦାପ୍ରଭୁଙ୍କ ଗୃହକୁ ଆନୀତ ସେହି ମୁଦ୍ରା ଦ୍ଵାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ତ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର, କିଅବା ରୌପ୍ୟ ପାତ୍ର ନିର୍ମିତ ନୋହିଲା ।
14. କାରଣ ସେମାନେ କର୍ମକାରୀମାନଙ୍କୁ ସେହି ମୁଦ୍ରା ଦେଇ ତଦ୍ଦ୍ଵାରା ସଦାପ୍ରଭୁଙ୍କ ଗୃହ ପୁନର୍ନିର୍ମାଣ କଲେ ।
15. ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ଵସ୍ତ ଭାବରେ କର୍ମ କଲେ ।
16. ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା ।
17. ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା ।
18. ତହିଁରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍ ଓ ଯିହୋରାମ୍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ତାରରେ ଓ ରାଜଗୃହସ୍ଥ ଭଣ୍ତାରରେ ପ୍ରାପ୍ତ ସମସ୍ତ ସ୍ଵର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରି ଗଲା ।
19. ଏହି ଯୋୟାଶଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ନାହିଁ?
20. ଏଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରା; କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍ଙ୍କୁ ବଧ କଲେ ।
21. ଶିମୀୟତର ପୁତ୍ର ଯୋଷାଖର୍ ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କୁ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ ।
Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 25
1 ଯେହୂଙ୍କର ଅଧିକାରର ସପ୍ତମ ବର୍ଷରେ ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କରଣମାତାର ନାମ ସିବୀୟା, ସେ ବେର୍ଶେବା-ନିବାସିନୀ ଥିଲେ । 2 ଯିହୋୟାଦା ଯାଜକ ଯୋୟାଶ୍ଙ୍କୁ ଯେତେ ଦିନ ଶିକ୍ଷା ଦେଲା, ସେତେ ଦିନ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ । 3 ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ । 4 ଅନନ୍ତର ଯୋୟାଶ୍ ଯାଜକମାନଙ୍କୁ କହିଲେ, ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ, 5 ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନର୍ନିର୍ମାଣ କରନ୍ତୁ । 6 ମାତ୍ର ଯୋୟାଶ୍ ରାଜାଙ୍କର ଅଧିକାରର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନର୍ନିର୍ମାଣ କରି ନ ଥିଲେ । 7 ତହିଁରେ ଯୋୟାଶ୍ ରାଜା ଯିହୋୟାଦ ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନର୍ନିର୍ମାଣ କରୁନାହଁ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନସ୍ଥାନ ନିମନ୍ତେ ତାହା ସମର୍ପଣ କର । 8 ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନର୍ନିର୍ମାଣ ନ କରିବାକୁ ସମ୍ମତ ହେଲେ । 9 ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ-ସ୍ଥାନର ଦକ୍ଷିଣ ପାର୍ଶ୍ଵରେ ରଖିଲା; ପୁଣି ଦ୍ଵାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ । 10 ଏଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ । 11 ପୁଣି ସେମାନେ ସେହି ପରିମିତ ମୁଦ୍ରା ସଦାପ୍ରଭୁଙ୍କ ଗୃହର କର୍ମକାରକ ଅଧ୍ୟକ୍ଷମାନଙ୍କ ହସ୍ତରେ ଦେଲେ; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀ ସୂତ୍ରଧର ଓ ଗାନ୍ଥକ 12 ଓ ରାଜମିସ୍ତ୍ରୀ ଓ ପ୍ରସ୍ତର-ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନର୍ନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନର୍ନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ । 13 ମାତ୍ର ସଦାପ୍ରଭୁଙ୍କ ଗୃହକୁ ଆନୀତ ସେହି ମୁଦ୍ରା ଦ୍ଵାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ତ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର, କିଅବା ରୌପ୍ୟ ପାତ୍ର ନିର୍ମିତ ନୋହିଲା । 14 କାରଣ ସେମାନେ କର୍ମକାରୀମାନଙ୍କୁ ସେହି ମୁଦ୍ରା ଦେଇ ତଦ୍ଦ୍ଵାରା ସଦାପ୍ରଭୁଙ୍କ ଗୃହ ପୁନର୍ନିର୍ମାଣ କଲେ । 15 ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ଵସ୍ତ ଭାବରେ କର୍ମ କଲେ । 16 ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା । 17 ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା । 18 ତହିଁରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍ ଓ ଯିହୋରାମ୍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ତାରରେ ଓ ରାଜଗୃହସ୍ଥ ଭଣ୍ତାରରେ ପ୍ରାପ୍ତ ସମସ୍ତ ସ୍ଵର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରି ଗଲା । 19 ଏହି ଯୋୟାଶଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ନାହିଁ? 20 ଏଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରା; କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍ଙ୍କୁ ବଧ କଲେ । 21 ଶିମୀୟତର ପୁତ୍ର ଯୋଷାଖର୍ ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କୁ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ ।
Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 25
×

Alert

×

Oriya Letters Keypad References