ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ
1. ଅନନ୍ତର ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟ ସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ ।
2. ପୁଣି ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ ।
3. ତହୁଁ ରାତ୍ରିକାଳରେ ପରମେଶ୍ଵର ସ୍ଵପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକି ତୁମ୍ଭେ ନେଇଅଛ, ତାହାର ସ୍ଵାମୀ ଅଛି ।
4. ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ?
5. ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି ।
6. ତେବେ ପରମେଶ୍ଵର ସ୍ଵପ୍ନ ଯୋଗେ ତାହାକୁ କହିଲେ, ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାକୁ ସ୍ପର୍ଶ କରିବାକୁ ତୁମ୍ଭକୁ ଦେଲୁ ନାହିଁ ।
7. ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯେବେ ତାକୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ ।
8. ଅନନ୍ତର ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତା; ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ ।
9. ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ ।
10. ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, ତୁମ୍ଭେ କʼଣ ଦେଖି ଏରୂପ କର୍ମ କଲ?
11. ସେତେବେଳେ ଅବ୍ରହାମ କହିଲେ, ଏ ଦେଶରେ ପରମେଶ୍ଵରଙ୍କ ପ୍ରତି କିଛି ଭୟ ନାହିଁ; ଏ ନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ ।
12. ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି ମୋହର ଭାର୍ଯ୍ୟା ହେଲା ।
13. ଯେତେବେଳେ ପରମେଶ୍ଵର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ ।
14. ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ ।
15. ଅନନ୍ତର ଅବିମେଲକ କହିଲେ, ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର ।
16. ପୁଣି ସେ ସାରାକୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ତ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ଵରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା ।
17. ଅନନ୍ତର ଅବ୍ରହାମ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ଵର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ ।
18. ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭ ରୋଧ କରିଥିଲେ ।

Notes

No Verse Added

Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 50
ଆଦି ପୁସ୍ତକ 20:19
1 ଅନନ୍ତର ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟ ସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ । 2 ପୁଣି ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ । 3 ତହୁଁ ରାତ୍ରିକାଳରେ ପରମେଶ୍ଵର ସ୍ଵପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକି ତୁମ୍ଭେ ନେଇଅଛ, ତାହାର ସ୍ଵାମୀ ଅଛି । 4 ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ? 5 ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି । 6 ତେବେ ପରମେଶ୍ଵର ସ୍ଵପ୍ନ ଯୋଗେ ତାହାକୁ କହିଲେ, ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାକୁ ସ୍ପର୍ଶ କରିବାକୁ ତୁମ୍ଭକୁ ଦେଲୁ ନାହିଁ । 7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯେବେ ତାକୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ । 8 ଅନନ୍ତର ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତା; ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ । 9 ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ । 10 ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, ତୁମ୍ଭେ କʼଣ ଦେଖି ଏରୂପ କର୍ମ କଲ? 11 ସେତେବେଳେ ଅବ୍ରହାମ କହିଲେ, ଏ ଦେଶରେ ପରମେଶ୍ଵରଙ୍କ ପ୍ରତି କିଛି ଭୟ ନାହିଁ; ଏ ନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ । 12 ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି ମୋହର ଭାର୍ଯ୍ୟା ହେଲା । 13 ଯେତେବେଳେ ପରମେଶ୍ଵର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ । 14 ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ । 15 ଅନନ୍ତର ଅବିମେଲକ କହିଲେ, ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର । 16 ପୁଣି ସେ ସାରାକୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ତ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ଵରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା । 17 ଅନନ୍ତର ଅବ୍ରହାମ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ଵର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ । 18 ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭ ରୋଧ କରିଥିଲେ ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 50
Common Bible Languages
West Indian Languages
×

Alert

×

oriya Letters Keypad References