ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଶାଇୟ
1. ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ ।
2. ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଶୋଭା ଦେଖିବେ ।
3. ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର ।
4. ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ଵର ପ୍ରତିଶୋଧ ସହିତ, ପରମେଶ୍ଵରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।
5. ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।
6. ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ଵା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ ⇧।
7. ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ତିବଣ ହେବ ।
8. ପୁଣି, ସେଠାରେ ଏକ ରାଜଦାଣ୍ତ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ହେଁ ତହିଁରେ ଭ୍ରାନ୍ତ ହେବେ ନାହିଁ ।
9. ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
10. ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇ ଯିବ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 35 / 66
1 ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ । 2 ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଶୋଭା ଦେଖିବେ । 3 ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର । 4 ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ଵର ପ୍ରତିଶୋଧ ସହିତ, ପରମେଶ୍ଵରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ। 5 ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ। 6 ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ଵା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ ⇧। 7 ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ତିବଣ ହେବ । 8 ପୁଣି, ସେଠାରେ ଏକ ରାଜଦାଣ୍ତ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ହେଁ ତହିଁରେ ଭ୍ରାନ୍ତ ହେବେ ନାହିଁ । 9 ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ; 10 ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇ ଯିବ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 35 / 66
×

Alert

×

Oriya Letters Keypad References