ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ଵରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ ।
2. କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ଵରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ ।
3. ଆମ୍ଭେ ପୂର୍ବ କାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ସେସବୁ ଘଟିଲା ।
4. ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ଵରୂପ ବୋଲି ଆମ୍ଭେ ଜାଣିଲୁ ।
5. ଏଥିପାଇଁ ଆମ୍ଭେ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି ।
6. ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ ।
7. ସେସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ ।
8. ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ଵାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ ।
9. ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ଵରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷା; ହେବା ।
10. ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ ।
11. ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ ।
12. ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅ; ।
13. ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଗଗନମଣ୍ତଳ ବିସ୍ତାର କରିଅଛିନ୍ତ ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି ।
14. ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନୋରଥ ସିଦ୍ଧ କରିବ ଓ କଲ୍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ ।
15. ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ଵାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ ।
16. ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁନ୍ତ ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି ।
17. ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ଵରୂପ, ଏହି କଥା କହନ୍ତି; ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ଵର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ ।
18. ଆଃ, ତୁମ୍ଭେ ଯେବେ ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତଣ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;
19. ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା ।
20. ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲଦୀୟ-ମାନଙ୍କ ମଧ୍ୟରୁ ପଳାଅନ୍ତ ତୁମ୍ଭେମାନେ ଗାୟନ ଧ୍ଵନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି ।
21. ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା ।
22. ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ ।

Notes

No Verse Added

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 48 / 66
ଯିଶାଇୟ 48
1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ଵରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ । 2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ଵରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ । 3 ଆମ୍ଭେ ପୂର୍ବ କାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ସେସବୁ ଘଟିଲା । 4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ଵରୂପ ବୋଲି ଆମ୍ଭେ ଜାଣିଲୁ । 5 ଏଥିପାଇଁ ଆମ୍ଭେ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି । 6 ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ । 7 ସେସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ । 8 ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ଵାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ । 9 ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ଵରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷା; ହେବା । 10 ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ । 11 ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ । 12 ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅ; । 13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଗଗନମଣ୍ତଳ ବିସ୍ତାର କରିଅଛିନ୍ତ ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି । 14 ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନୋରଥ ସିଦ୍ଧ କରିବ ଓ କଲ୍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ । 15 ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ଵାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ । 16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁନ୍ତ ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି । 17 ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ଵରୂପ, ଏହି କଥା କହନ୍ତି; ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ଵର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ । 18 ଆଃ, ତୁମ୍ଭେ ଯେବେ ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତଣ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା; 19 ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା । 20 ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲଦୀୟ-ମାନଙ୍କ ମଧ୍ୟରୁ ପଳାଅନ୍ତ ତୁମ୍ଭେମାନେ ଗାୟନ ଧ୍ଵନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି । 21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା । 22 ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 48 / 66
Common Bible Languages
West Indian Languages
×

Alert

×

oriya Letters Keypad References