ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
1. ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି ।
2. ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା ।
3. ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ଵୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ ।
4. ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି ।
5. ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ ।
6. କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ ।
7. ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ ।
8. ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଭିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା ।
9. ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀର ନ୍ୟାୟ ପୁନଃ ପୁନଃ ଆପଣା ହସ୍ତ ଟୋକାଇରେ ଦିଅ ।
10. ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ଅସୁନ୍ନତ ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ ।
11. ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳା; ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ଵାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ ।
12. ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା ।
13. ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍-ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି ।
14. ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି ।
15. ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ ।
16. ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ ।
17. ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ତୂରୀର ଶଦ୍ଦ ଶୁଣ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଶୁଣିବା ନାହିଁ ।
18. ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ତଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ ।
19. ହେ ପୃଥିବୀ, ଶୁଣନ୍ତ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ⇧ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି ।
20. ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ ।
21. ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ଵାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ ।
22. ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରା; ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ ।
23. ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି ।
24. ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରା; କରିଅଛି ।
25. ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ଼୍‍ଗ ଓ ଆଶଙ୍କା ଅଛି ।
26. ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ଵିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର⇧; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ ।
27. ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ଵରୂପ କରିଅଛୁ ।
28. ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି⇧; ସେସମସ୍ତେ ଭ୍ରଷ୍ଟାଚାରୀ ।
29. ଭାଟି ପ୍ରଚଣ୍ତ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି ।
30. ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ ।

Notes

No Verse Added

Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 52
ଯିରିମିୟ 6
1 ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି । 2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା । 3 ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ଵୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ । 4 ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି । 5 ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ । 6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ । 7 ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ । 8 ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଭିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା । 9 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀର ନ୍ୟାୟ ପୁନଃ ପୁନଃ ଆପଣା ହସ୍ତ ଟୋକାଇରେ ଦିଅ । 10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ଅସୁନ୍ନତ ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ । 11 ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳା; ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ଵାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ । 12 ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା । 13 ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍-ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି । 14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି । 15 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ । 16 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ । 17 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ତୂରୀର ଶଦ୍ଦ ଶୁଣ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଶୁଣିବା ନାହିଁ । 18 ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ତଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ । 19 ହେ ପୃଥିବୀ, ଶୁଣନ୍ତ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ⇧ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି । 20 ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ । 21 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ଵାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ । 22 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରା; ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ । 23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି । 24 ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରା; କରିଅଛି । 25 ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ଼୍‍ଗ ଓ ଆଶଙ୍କା ଅଛି । 26 ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ଵିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର⇧; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ । 27 ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ଵରୂପ କରିଅଛୁ । 28 ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି⇧; ସେସମସ୍ତେ ଭ୍ରଷ୍ଟାଚାରୀ । 29 ଭାଟି ପ୍ରଚଣ୍ତ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି । 30 ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ ।
Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 52
Common Bible Languages
West Indian Languages
×

Alert

×

oriya Letters Keypad References