ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗଣନା ପୁସ୍ତକ
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2. ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ ।
3. ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ଵଳାଇଲେ ।
4. ସେହି ଦୀପବୃକ୍ଷର କର୍ମ ସ୍ଵର୍ଣ୍ଣର ପିଟାକର୍ମ ଥଲା; ତହିଁର ଗଣ୍ତି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ ।
5. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
6. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର ।
7. ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପାପାର୍ଥକ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ ।
8. ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟନୈବେଦ୍ୟ ଆଣନ୍ତୁ, ପୁଣି ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ ।
9. ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ଵୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଏକତ୍ର କରିବଣ।
10. ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ନିର୍ଭର ଦେବେ ।
11. ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ ।
12. ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିକି ପାପାର୍ଥକ ବଳି ରୂପେ ଓ ଅନ୍ୟଟିକି ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ ।
13. ପୁଣି ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
14. ଏହିରୂପେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ଲେବୀୟମାନଙ୍କୁ ପୃଥକ କରିବ; ତହିଁରେ ଲେବୀୟମାନେ ଆମ୍ଭର ହେବେ ।
15. ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ଵୁରେ ପ୍ରବେଶ କରିବେ; ପୁଣି ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ ।
16. କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ ।
17. ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର; ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ ।
18. ପୁଣି ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ ।
19. ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ବେଳେ ଯେପରି ସେମାନଙ୍କ ମଧ୍ୟରେ ମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ଵୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ ।
20. ଏହିରୂପେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ପ୍ରତି କଲେ ।
21. ପୁଣି ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ।
22. ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ ।
23. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
24. ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା । ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ଵୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ ।
25. ପୁଣି ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;
26. ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ଵୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 36
1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ । 3 ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ଵଳାଇଲେ । 4 ସେହି ଦୀପବୃକ୍ଷର କର୍ମ ସ୍ଵର୍ଣ୍ଣର ପିଟାକର୍ମ ଥଲା; ତହିଁର ଗଣ୍ତି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ । 5 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 6 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର । 7 ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପାପାର୍ଥକ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ । 8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟନୈବେଦ୍ୟ ଆଣନ୍ତୁ, ପୁଣି ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ । 9 ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ଵୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଏକତ୍ର କରିବଣ। 10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ନିର୍ଭର ଦେବେ । 11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ । 12 ତହିଁ ଉତ୍ତାରେ ଲେବୀୟମାନେ ସେହି ଦୁଇ ଗୋବତ୍ସର ମସ୍ତକରେ ଆପଣାମାନଙ୍କ ହସ୍ତର ନିର୍ଭର ଦେବେ; ତହୁଁ ତୁମ୍ଭେ ଲେବୀୟମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିକି ପାପାର୍ଥକ ବଳି ରୂପେ ଓ ଅନ୍ୟଟିକି ହୋମାର୍ଥକ ବଳି ରୂପେ ଉତ୍ସର୍ଗ କରିବ । 13 ପୁଣି ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ । 14 ଏହିରୂପେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ଲେବୀୟମାନଙ୍କୁ ପୃଥକ କରିବ; ତହିଁରେ ଲେବୀୟମାନେ ଆମ୍ଭର ହେବେ । 15 ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ଵୁରେ ପ୍ରବେଶ କରିବେ; ପୁଣି ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ । 16 କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ । 17 ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର; ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ । 18 ପୁଣି ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ । 19 ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ବେଳେ ଯେପରି ସେମାନଙ୍କ ମଧ୍ୟରେ ମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ଵୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ । 20 ଏହିରୂପେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ପ୍ରତି କଲେ । 21 ପୁଣି ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ । 22 ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ । 23 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 24 ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା । ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ଵୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ । 25 ପୁଣି ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ; 26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ଵୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 36
×

Alert

×

Oriya Letters Keypad References