ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ
1. ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ ।
2. ଯେହେତୁ ତଦ୍ଦ୍ଵାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ ।
3. ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ ।
4. ତାହା କଲେ, ତୁମ୍ଭେ ପରମେଶ୍ଵର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ ।
5. ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ଵାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ ।
6. ଆପଣାର ସବୁ ଗତିରେ ତାହାଙ୍କୁ ସ୍ଵୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ ।
7. ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ ।
8. ତାହା ତୁମ୍ଭ ନାଭିଦେଶର ସ୍ଵାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ ।
9. ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର ।
10. ତହିଁରେ ତୁମ୍ଭର ଭଣ୍ତାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ତରେ ନୂତନ ଦ୍ରାକ୍ଷାରସ ଉଛୁଳି ପଡ଼ିବ ।
11. ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଯୋଗ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳା; ହୁଅ ନାହିଁ ।
12. କାରଣ ଯେପରି ପିତା ଆପଣା ସନ୍ତୋଷପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଶାସନ କରନ୍ତି ।
13. ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ ।
14. ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ ।
15. ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ ।
16. ତାହାର ଦକ୍ଷିଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ ।
17. ତାହାର ପଥସବୁ ସୁଖଦାୟକ ପଥ ଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ ।
18. ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ଵରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ ।
19. ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ତଳ ସୁସ୍ଥିର କଲେ ।
20. ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଛୁଳି ଉଠେ, ପୁଣି ମେଘରୁ କାକର ଟୋପା ଟୋପା ପଡ଼େ ।
21. ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ଵଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର ।
22. ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ ।
23. ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି ତୁମ୍ଭର ଚରଣ ଝୁଣ୍ଟିବ ନାହିଁ ।
24. ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ ।
25. ହଠାତ୍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ ।
26. ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ଵାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ ।
27. ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ନାସ୍ତି କର ନାହିଁ ।
28. ଆପଣା ନିକଟରେ ଦ୍ରବ୍ୟ ଥିଲେ, ‘ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବାʼ ଏହା ତୁମ୍ଭ ପ୍ରତିବାସୀକି କୁହ ନାହିଁ ।
29. ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ ।
30. ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ ।
31. ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି ତାହାର କୌଣସି ପଥ ମନୋନୀତ କର ନାହିଁ ।
32. କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ ।
33. ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି ।
34. ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି ।
35. ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଅଜ୍ଞାନମାନଙ୍କ ନିମନ୍ତେ ଲଜ୍ଜା ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 31
1 ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ । 2 ଯେହେତୁ ତଦ୍ଦ୍ଵାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ । 3 ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ । 4 ତାହା କଲେ, ତୁମ୍ଭେ ପରମେଶ୍ଵର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ । 5 ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ଵାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ । 6 ଆପଣାର ସବୁ ଗତିରେ ତାହାଙ୍କୁ ସ୍ଵୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ । 7 ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ । 8 ତାହା ତୁମ୍ଭ ନାଭିଦେଶର ସ୍ଵାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ । 9 ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର । 10 ତହିଁରେ ତୁମ୍ଭର ଭଣ୍ତାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ତରେ ନୂତନ ଦ୍ରାକ୍ଷାରସ ଉଛୁଳି ପଡ଼ିବ । 11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଯୋଗ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳା; ହୁଅ ନାହିଁ । 12 କାରଣ ଯେପରି ପିତା ଆପଣା ସନ୍ତୋଷପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଶାସନ କରନ୍ତି । 13 ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ । 14 ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ । 15 ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ । 16 ତାହାର ଦକ୍ଷିଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ । 17 ତାହାର ପଥସବୁ ସୁଖଦାୟକ ପଥ ଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ । 18 ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ଵରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ । 19 ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ତଳ ସୁସ୍ଥିର କଲେ । 20 ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଛୁଳି ଉଠେ, ପୁଣି ମେଘରୁ କାକର ଟୋପା ଟୋପା ପଡ଼େ । 21 ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ଵଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର । 22 ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ । 23 ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି ତୁମ୍ଭର ଚରଣ ଝୁଣ୍ଟିବ ନାହିଁ । 24 ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ । 25 ହଠାତ୍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ । 26 ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ଵାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ । 27 ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ନାସ୍ତି କର ନାହିଁ । 28 ଆପଣା ନିକଟରେ ଦ୍ରବ୍ୟ ଥିଲେ, ‘ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବାʼ ଏହା ତୁମ୍ଭ ପ୍ରତିବାସୀକି କୁହ ନାହିଁ । 29 ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ । 30 ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ । 31 ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି ତାହାର କୌଣସି ପଥ ମନୋନୀତ କର ନାହିଁ । 32 କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ । 33 ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି । 34 ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି । 35 ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଅଜ୍ଞାନମାନଙ୍କ ନିମନ୍ତେ ଲଜ୍ଜା ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 31
×

Alert

×

Oriya Letters Keypad References