ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ
1. ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ନିକଟରେ ସଞ୍ଚୟ କରି ରଖ ।
2. ମୋହର ଆଜ୍ଞାସବୁ ପାଳନ କର, ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର ।
3. ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ ।
4. ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ ।
5. ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ ।
6. ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
7. ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବାଲୋକ
8. (ବ୍ୟଭିଚାରିଣୀର) ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା ।
9. ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ ।
10. ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ ।
11. ସେ ବଡ଼ ତୁଣ୍ତେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ ।
12. ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସି ଥାଏ ।
13. ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ଵନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା:
14. “ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି ।
15. ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯନିରେ ତୁମ୍ଭ ମୁଖ ଅନ୍ଵେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି ।
16. ମୁଁ ସୁଜନୀ ଓ ମିସ୍ରୀୟ ସୂକ୍ଷ୍ମ ସୂତ୍ରର ଡୋରିଆବସ୍ତ୍ର ଆପଣା ପଲଙ୍କରେ ବିଛାଇ ଅଛି ।
17. ପୁଣି, ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି ।
18. ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ ।
19. ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରଯାତ୍ରା କରିଅଛନ୍ତି ।
20. ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ ।”
21. ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା ।
22. ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ତ ପାଇବାକୁ ଯାଏ, ସେପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା ।
23. ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ଵାରା ବିଦ୍ଧ ହେଲା ।
24. ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋʼ ମୁଖର ବାକ୍ୟରେ ମନୋନିବେଶ କର ।
25. ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ ।
26. ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇ ଅଛି, ହଁ, ତାହାର ହତ ଲୋକସକଳ ଅପାର ।
27. ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ ।

ରେକର୍ଡଗୁଡିକ

Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 31
1 ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ନିକଟରେ ସଞ୍ଚୟ କରି ରଖ । 2 ମୋହର ଆଜ୍ଞାସବୁ ପାଳନ କର, ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର । 3 ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ । 4 ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ । 5 ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ । 6 ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି; 7 ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବାଲୋକ 8 (ବ୍ୟଭିଚାରିଣୀର) ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା । 9 ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ । 10 ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ । 11 ସେ ବଡ଼ ତୁଣ୍ତେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ । 12 ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସି ଥାଏ । 13 ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ଵନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା: 14 “ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି । 15 ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯନିରେ ତୁମ୍ଭ ମୁଖ ଅନ୍ଵେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି । 16 ମୁଁ ସୁଜନୀ ଓ ମିସ୍ରୀୟ ସୂକ୍ଷ୍ମ ସୂତ୍ରର ଡୋରିଆବସ୍ତ୍ର ଆପଣା ପଲଙ୍କରେ ବିଛାଇ ଅଛି । 17 ପୁଣି, ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି । 18 ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ । 19 ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରଯାତ୍ରା କରିଅଛନ୍ତି । 20 ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ ।” 21 ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା । 22 ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ତ ପାଇବାକୁ ଯାଏ, ସେପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା । 23 ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ଵାରା ବିଦ୍ଧ ହେଲା । 24 ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋʼ ମୁଖର ବାକ୍ୟରେ ମନୋନିବେଶ କର । 25 ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ । 26 ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇ ଅଛି, ହଁ, ତାହାର ହତ ଲୋକସକଳ ଅପାର । 27 ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 31
×

Alert

×

Oriya Letters Keypad References