ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ମୋହର ଧର୍ମ ସ୍ଵରୂପ ପରମେଶ୍ଵର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ: ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ ।
2. ହେ ମନୁଷ୍ୟସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ଵେଷଣ କରିବ? [ସେଲା
3. ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ ।
4. ଭୀତ ହୁଅ ଓ ପାପ କର ନାହିଁ ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ । [ସେଲା
5. ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ଵାସ କର ।
6. ଅନେକେ କହନ୍ତି, କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ? ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର ।
7. ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ ।
8. ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 150
ଗୀତସଂହିତା 4
1 ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ମୋହର ଧର୍ମ ସ୍ଵରୂପ ପରମେଶ୍ଵର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ: ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ । 2 ହେ ମନୁଷ୍ୟସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ଵେଷଣ କରିବ? [ସେଲା 3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ । 4 ଭୀତ ହୁଅ ଓ ପାପ କର ନାହିଁ ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ । [ସେଲା 5 ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ଵାସ କର । 6 ଅନେକେ କହନ୍ତି, କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ? ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର । 7 ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ । 8 ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 150
Common Bible Languages
West Indian Languages
×

Alert

×

oriya Letters Keypad References