ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋତେ ପରିତ୍ରାଣ କର; କାରଣ ମୋʼ ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି ।
2. ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି ।
3. ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ ।
4. ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି ।
5. ହେ ପରମେଶ୍ଵର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ ।
6. ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ଵର, ତୁମ୍ଭର ଅନ୍ଵେଷଣ-କାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ ।
7. କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି । ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି ।
8. ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି ।
9. କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି । ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି ।
10. ମୁଁ ରୋଦନ କଲେ ଓ ଉପବାସ ଦ୍ଵାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା ।
11. ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ଵରୂପ ହେଲି ।
12. ନଗର-ଦ୍ଵାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ଵରୂପ ହୋଇଅଛି ।
13. ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ଵର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ ।
14. ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ ।
15. ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ ।
16. ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର ।
17. ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ ।
18. ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର ।
19. ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି ।
20. ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରା; ହୋଇଅଛି; ପୁଣି କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ଵନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ ।
21. ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ ।
22. ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ଵରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ଵରୂପ ହେଉ ।
23. ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର ।
24. ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ତତା ସେମାନଙ୍କୁ ଧରୁ ।
25. ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ଵୁରେ କେହି ବାସ ନ କରୁ ।
26. କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିକି ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି ।
27. ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।
28. ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ ।
29. ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ଵର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ ।
30. ମୁଁ ଗୀତରେ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି ।
31. ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ ।
32. ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ଵରଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ ।
33. କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ ।
34. ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
35. କାରଣ ପରମେଶ୍ଵର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ ।
36. ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 69 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋତେ ପରିତ୍ରାଣ କର; କାରଣ ମୋʼ ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି । 2 ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି । 3 ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ । 4 ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି । 5 ହେ ପରମେଶ୍ଵର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ । 6 ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ଵର, ତୁମ୍ଭର ଅନ୍ଵେଷଣ-କାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ । 7 କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି । ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି । 8 ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି । 9 କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି । ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି । 10 ମୁଁ ରୋଦନ କଲେ ଓ ଉପବାସ ଦ୍ଵାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା । 11 ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ଵରୂପ ହେଲି । 12 ନଗର-ଦ୍ଵାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ଵରୂପ ହୋଇଅଛି । 13 ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ଵର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ । 14 ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ । 15 ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ । 16 ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର । 17 ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ । 18 ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର । 19 ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି । 20 ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରା; ହୋଇଅଛି; ପୁଣି କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ଵନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ । 21 ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ । 22 ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ଵରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ଵରୂପ ହେଉ । 23 ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର । 24 ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ତତା ସେମାନଙ୍କୁ ଧରୁ । 25 ସେମାନଙ୍କର ବସତି-ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ଵୁରେ କେହି ବାସ ନ କରୁ । 26 କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିକି ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି । 27 ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ। 28 ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ । 29 ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ଵର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ । 30 ମୁଁ ଗୀତରେ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି । 31 ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ । 32 ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ଵରଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ । 33 କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ । 34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ। 35 କାରଣ ପରମେଶ୍ଵର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ । 36 ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 69 / 150
×

Alert

×

Oriya Letters Keypad References