ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଶଲୋମନଙ୍କର ଗୀତ । ହେ ପରମେଶ୍ଵର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର ।
2. ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ ।
3. ଧର୍ମ ଦ୍ଵାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ ।
4. ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକି ଚୂର୍ଣ୍ଣ କରିବେ ।
5. ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ ।
6. କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ ।
7. ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ ।
8. ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ କର୍ତ୍ତୃତ୍ଵ କରିବେ ।
9. ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ ।
10. ତର୍ଶୀଶର ଓ ଦ୍ଵୀପସମୂହର ରାଜଗଣ ଦର୍ଶନୀ ଆଣିବେ; ଶିବାର ଓ ସିବାର ରାଜଗଣ ଭେଟୀ ଦାନ କରିବେ ।
11. ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ ।
12. କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
13. ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ ।
14. ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ରକ୍ତ ବହୁମୂଲ୍ୟ ହେବ ।
15. ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ । ସେମାନେ ଦିନଯାକ ତାହାଙ୍କର ଧନ୍ୟବାଦ କରିବେ ।
16. ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ୍ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ ।
17. ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ଵାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ ।
18. ସଦାପ୍ରଭୁ ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଧନ୍ୟ ହେଉନ୍ତୁ,
19. ପୁଣି, ତାହାଙ୍କର ଗୌରବାନ୍ଵିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ । ଆମେନ୍, ଆମେନ୍ ।
20. ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 72 / 150
1 ଶଲୋମନଙ୍କର ଗୀତ । ହେ ପରମେଶ୍ଵର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର । 2 ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ । 3 ଧର୍ମ ଦ୍ଵାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ । 4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକି ଚୂର୍ଣ୍ଣ କରିବେ । 5 ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ । 6 କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ । 7 ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ । 8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ କର୍ତ୍ତୃତ୍ଵ କରିବେ । 9 ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ । 10 ତର୍ଶୀଶର ଓ ଦ୍ଵୀପସମୂହର ରାଜଗଣ ଦର୍ଶନୀ ଆଣିବେ; ଶିବାର ଓ ସିବାର ରାଜଗଣ ଭେଟୀ ଦାନ କରିବେ । 11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ । 12 କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ। 13 ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ । 14 ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ରକ୍ତ ବହୁମୂଲ୍ୟ ହେବ । 15 ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ । ସେମାନେ ଦିନଯାକ ତାହାଙ୍କର ଧନ୍ୟବାଦ କରିବେ । 16 ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ୍ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ । 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ଵାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ । 18 ସଦାପ୍ରଭୁ ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଧନ୍ୟ ହେଉନ୍ତୁ, 19 ପୁଣି, ତାହାଙ୍କର ଗୌରବାନ୍ଵିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ । ଆମେନ୍, ଆମେନ୍ । 20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 72 / 150
×

Alert

×

Oriya Letters Keypad References