ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍-ଲବ୍ବନ୍ ସ୍ଵରରେ ଦାଉଦଙ୍କର ଗୀତ । ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି ।
2. ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
3. ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି ।
4. କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ ।
5. ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ ।
6. ଶତ୍ରୁମାନେ ଶେଷ ପାଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି ।
7. ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି ।
8. ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ ।
9. ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ । ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;
10. ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ଵାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ଵେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ ।
11. ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର ।
12. କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ବିସ୍ମୃତ ହୁଅନ୍ତି ନାହିଁ ।
13. ହେ ସଦାପ୍ରଭୋ, ହେ ମୃତ୍ୟୁଦ୍ଵାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର ।
14. ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି । ସିୟୋନ-କନ୍ୟାର ନଗର-ଦ୍ଵାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି ।
15. ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି ।
16. ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି । [ହିଗାୟୋନ୍ । ସେଲା ।
17. ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ଵରଙ୍କୁ ପାସୋରନ୍ତି, ସେସମସ୍ତେ ପାତାଳକୁ ଚାଲିଯିବେ ।
18. କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ ।
19. ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ ।
20. ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟମାତ୍ର ବୋଲି ଜାଣନ୍ତୁ । [ସେଲା

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 150
ଗୀତସଂହିତା 9:8
1 ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍-ଲବ୍ବନ୍ ସ୍ଵରରେ ଦାଉଦଙ୍କର ଗୀତ । ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି । 2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି । 3 ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି । 4 କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ । 5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ । 6 ଶତ୍ରୁମାନେ ଶେଷ ପାଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି । 7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି । 8 ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ । 9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ । ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ; 10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ଵାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ଵେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ । 11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର । 12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ବିସ୍ମୃତ ହୁଅନ୍ତି ନାହିଁ । 13 ହେ ସଦାପ୍ରଭୋ, ହେ ମୃତ୍ୟୁଦ୍ଵାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର । 14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି । ସିୟୋନ-କନ୍ୟାର ନଗର-ଦ୍ଵାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି । 15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି । 16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି । [ହିଗାୟୋନ୍ । ସେଲା । 17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ଵରଙ୍କୁ ପାସୋରନ୍ତି, ସେସମସ୍ତେ ପାତାଳକୁ ଚାଲିଯିବେ । 18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ । 19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ । 20 ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟମାତ୍ର ବୋଲି ଜାଣନ୍ତୁ । [ସେଲା
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 150
Common Bible Languages
West Indian Languages
×

Alert

×

oriya Letters Keypad References