ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ
1. ଅନନ୍ତର ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ।
2. ସେ କଥା କହିବା ବେଳେ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି ।
3. ପୁଣି, ସେ ମୋତେ କହିଲେ,ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ହିଁ କରୁଅଛନ୍ତି ।
4. ସେହି ସନ୍ତାନମାନେ ନିର୍ଲଜ୍ଜମୁଖ ଓ କଠିନଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି ।
5. ସେମାନେ ବିଦ୍ରୋହୀ-ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ ।
6. ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି ଓ ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ ।
7. ସେମାନେ ଅତ୍ୟ; ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ ।
8. ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର ।
9. ତହିଁରେ ମୁଁ ଅନାନ୍ତେ, ଦେଖ, ଖଣ୍ତେ ହସ୍ତ ମୋʼ ଆଡ଼େ ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକଖଣ୍ତ ନଳାକାର ପୁସ୍ତକ ଥିଲା;
10. ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା ।

Notes

No Verse Added

Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 48
ଯିହିଜିକଲ 2:43
1 ଅନନ୍ତର ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା । 2 ସେ କଥା କହିବା ବେଳେ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି । 3 ପୁଣି, ସେ ମୋତେ କହିଲେ,ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ହିଁ କରୁଅଛନ୍ତି । 4 ସେହି ସନ୍ତାନମାନେ ନିର୍ଲଜ୍ଜମୁଖ ଓ କଠିନଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି । 5 ସେମାନେ ବିଦ୍ରୋହୀ-ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ । 6 ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି ଓ ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ । 7 ସେମାନେ ଅତ୍ୟ; ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ । 8 ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର । 9 ତହିଁରେ ମୁଁ ଅନାନ୍ତେ, ଦେଖ, ଖଣ୍ତେ ହସ୍ତ ମୋʼ ଆଡ଼େ ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକଖଣ୍ତ ନଳାକାର ପୁସ୍ତକ ଥିଲା; 10 ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 48
Common Bible Languages
West Indian Languages
×

Alert

×

oriya Letters Keypad References