ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଶାଇୟ
1. ମୁକ୍ତ କଣ୍ଠରେ ଘୋଷଣା କର, ସ୍ଵର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ ।
2. ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ଵେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ଵରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ଵରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି ।
3. ସେମାନେ କୁହନ୍ତି, ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ ।
4. ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ଵାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ଵରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ ।
5. ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଳେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର⇧, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?
6. ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
7. କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ⇧ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?
8. ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ ।
9. ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ଵର କରିବ, ଆଉ ସେ କହିବେ, ଆମ୍ଭେ ଉପସ୍ଥିତ ଅଛୁ । ଯେବେ ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳିତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;
10. ପୁଣି, ଯେବେ କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ;
11. ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ ।
12. ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନର୍ନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ ।
13. ତୁମ୍ଭେ ଯେବେ ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:
14. ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀ-ମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 58 / 66
1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ଵର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ । 2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ଵେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ଵରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ଵରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି । 3 ସେମାନେ କୁହନ୍ତି, ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ । 4 ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ଵାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ଵରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ । 5 ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଳେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର⇧, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ? 6 ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର, 7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ⇧ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ? 8 ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍ବର୍ତ୍ତୀ ହେବ । 9 ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ଵର କରିବ, ଆଉ ସେ କହିବେ, ଆମ୍ଭେ ଉପସ୍ଥିତ ଅଛୁ । ଯେବେ ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳିତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର; 10 ପୁଣି, ଯେବେ କ୍ଷୁଧିତର ପ୍ରତି ତୁମ୍ଭର ପ୍ରାଣ ଆକର୍ଷିତ ହୁଏ ଓ ତୁମ୍ଭେ ଦୁଃଖିତର ପ୍ରାଣକୁ ତୃପ୍ତ କର, ତେବେ ଅନ୍ଧକାରରେ ତୁମ୍ଭର ଦୀପ୍ତି ଉଦିତ ହେବ ଓ ତୁମ୍ଭର ଅନ୍ଧକାର ମଧ୍ୟାହ୍ନର ସମାନ ହେବ; 11 ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ । 12 ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନର୍ନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ । 13 ତୁମ୍ଭେ ଯେବେ ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ: 14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀ-ମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 58 / 66
×

Alert

×

Oriya Letters Keypad References