ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗଣନା ପୁସ୍ତକ
1. ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,
2. ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ତଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର ।
3. ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,
4. ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର ।
5. ରୁବେନ୍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;
6. ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମ୍ମୀୟ ବଂଶ ।
7. ଏମାନେ ରୁବେନର ବଂଶ; ପୁଣି ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ ।
8. ପଲ୍ଲୂର ସନ୍ତାନ ଇଲୀୟାବ ।
9. ସେହି ଇଲୀୟାବର ସନ୍ତାନ ନମୂୟେଲ ଓ ଦାଥନ୍ ଓ ଅବୀରାମ୍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ତଳୀର ଆହୂତ ଲୋକ ଯେ ଦାଥନ୍ ଓ ଅବୀରାମ୍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ ।
10. ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା,ସେମାନେ ଚିହ୍ନ ସ୍ଵରୂପ ହେଲେ ।
11. ତଥାପି କୋରହର ସନ୍ତାନମାନେ ମଲେ ନାହିଁ ।
12. ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନଠାରୁ ଯାମୀନୀୟ ବଂଶ; ଯାଖୀନଠାରୁ ଯାଖୀନୀୟ ବଂଶ;
13. ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ ।
14. ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ ।
15. ଆପଣା ଆପଣା ବଂଶାନୁସାରେ ଗାଦର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନିଠାରୁ ଶୂନୀୟ ବଂଶ;
16. ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;
17. ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲିଠାରୁ ଅରେଲୀୟ ବଂଶ ।
18. ଗାଦ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯାʼନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ ।
19. ଯିହୁଦାର ପୁତ୍ର ଏର ଓ ଓନନ୍; ସେହି ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ ।
20. ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ ।
21. ପୁଣି ପେରସର ଏହି ସକଳ ସନ୍ତାନ; ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ ।
22. ଯିହୁଦାର ଏହିସବୁ ବଂଶ ଗଣାଯାʼନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ ।
23. ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;
24. ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ ।
25. ଇଷାଖରର ଏହି ସକଳ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ ।
26. ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶନ୍ତଏଲୋନଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ ।
27. ସବୂଲୂନର ଏହି ସକଳ ବଂଶ ଗଣାଯାʼନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ ।
28. ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ ।
29. ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ ।
30. ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ
31. ଓ ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ
32. ଓ ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ ।
33. ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍‍କା ଓ ତିର୍ସା ।
34. ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାଆନ ହଜାର ସାତ ଶହ ଜଣ ।
35. ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ ।
36. ପୁଣି ଶୂଥଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ ।
37. ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷଫର ସନ୍ତାନ ।
38. ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ; ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
39. ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ ।
40. ପୁଣି ବେଲାର ସନ୍ତାନ ଅର୍ଦ ଓ ନାମାନ; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନଠାରୁ ନାମାନୀୟ ବଂଶ ।
41. ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନର ସନ୍ତାନ । ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ ।
42. ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ । ଏମାନେ ଆପଣା ଆପଣା ବଂଶାନୁସାରେ ଦାନର ବଂଶ ।
43. ଶୂହମୀୟ ସମସ୍ତ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ ।
44. ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନିଠାରୁ ଯିମ୍ନୀୟ ବଂଶ; ଯିସ୍ବିଠାରୁ ଯିସ୍ବୀୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ ।
45. ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲକୀୟେଲଠାରୁ ମଲକୀୟେଲୀୟ ବଂଶ ।
46. ଆଶେରର କନ୍ୟାର ନାମ ସାରହ ।
47. ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ ।
48. ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;
49. ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ ।
50. ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ । ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ ।
51. ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା ।
52. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
53. ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ ।
54. ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ ।
55. ତଥାପି ଗୁଲିବାଣ୍ଟ ଦ୍ଵାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ ।
56. ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ ।
57. ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତ୍ଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ ।
58. ଲେବୀୟ ବଂଶ ଏହି; ଲିବ୍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ ।
59. ସେହି କହାତର ପୁତ୍ର ଅମ୍ରମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା । ସେ ଅମ୍ରମର ଔରସରେ ହାରୋଣ ଓ ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା ।
60. ହାରୋଣଠାରୁ ନାଦବ ଓ ଅବୀହୂ, ପୁଣି ଇଲୀୟାସର ଓ ଈଥାମର ଜନ୍ମିଲେ ।
61. ମାତ୍ର ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ ।
62. ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ ।
63. ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ଵାରା ଏସମସ୍ତେ ଗଣାଗଲେ ।
64. ମାତ୍ର ସୀନୟ-ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ଵାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା ।
65. କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ଛଡ଼ା ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ ।

Notes

No Verse Added

Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 26 / 36
ଗଣନା ପୁସ୍ତକ 26:19
1 ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ, 2 ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ତଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର । 3 ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ, 4 ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର । 5 ରୁବେନ୍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ; 6 ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମ୍ମୀୟ ବଂଶ । 7 ଏମାନେ ରୁବେନର ବଂଶ; ପୁଣି ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ । 8 ପଲ୍ଲୂର ସନ୍ତାନ ଇଲୀୟାବ । 9 ସେହି ଇଲୀୟାବର ସନ୍ତାନ ନମୂୟେଲ ଓ ଦାଥନ୍ ଓ ଅବୀରାମ୍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ତଳୀର ଆହୂତ ଲୋକ ଯେ ଦାଥନ୍ ଓ ଅବୀରାମ୍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ । 10 ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା,ସେମାନେ ଚିହ୍ନ ସ୍ଵରୂପ ହେଲେ । 11 ତଥାପି କୋରହର ସନ୍ତାନମାନେ ମଲେ ନାହିଁ । 12 ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନଠାରୁ ଯାମୀନୀୟ ବଂଶ; ଯାଖୀନଠାରୁ ଯାଖୀନୀୟ ବଂଶ; 13 ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ । 14 ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ । 15 ଆପଣା ଆପଣା ବଂଶାନୁସାରେ ଗାଦର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନିଠାରୁ ଶୂନୀୟ ବଂଶ; 16 ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ; 17 ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲିଠାରୁ ଅରେଲୀୟ ବଂଶ । 18 ଗାଦ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯାʼନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ । 19 ଯିହୁଦାର ପୁତ୍ର ଏର ଓ ଓନନ୍; ସେହି ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ । 20 ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ । 21 ପୁଣି ପେରସର ଏହି ସକଳ ସନ୍ତାନ; ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ । 22 ଯିହୁଦାର ଏହିସବୁ ବଂଶ ଗଣାଯାʼନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ । 23 ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ; 24 ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ । 25 ଇଷାଖରର ଏହି ସକଳ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ । 26 ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶନ୍ତଏଲୋନଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ । 27 ସବୂଲୂନର ଏହି ସକଳ ବଂଶ ଗଣାଯାʼନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ । 28 ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ । 29 ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ । 30 ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ 31 ଓ ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ 32 ଓ ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ । 33 ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍‍କା ଓ ତିର୍ସା । 34 ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାଆନ ହଜାର ସାତ ଶହ ଜଣ । 35 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ । 36 ପୁଣି ଶୂଥଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ । 37 ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷଫର ସନ୍ତାନ । 38 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ; ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ; 39 ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ । 40 ପୁଣି ବେଲାର ସନ୍ତାନ ଅର୍ଦ ଓ ନାମାନ; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନଠାରୁ ନାମାନୀୟ ବଂଶ । 41 ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନର ସନ୍ତାନ । ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ । 42 ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ । ଏମାନେ ଆପଣା ଆପଣା ବଂଶାନୁସାରେ ଦାନର ବଂଶ । 43 ଶୂହମୀୟ ସମସ୍ତ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ । 44 ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନିଠାରୁ ଯିମ୍ନୀୟ ବଂଶ; ଯିସ୍ବିଠାରୁ ଯିସ୍ବୀୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ । 45 ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲକୀୟେଲଠାରୁ ମଲକୀୟେଲୀୟ ବଂଶ । 46 ଆଶେରର କନ୍ୟାର ନାମ ସାରହ । 47 ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ । 48 ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ; 49 ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ । 50 ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ । ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ । 51 ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା । 52 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 53 ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ । 54 ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ । 55 ତଥାପି ଗୁଲିବାଣ୍ଟ ଦ୍ଵାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ । 56 ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ । 57 ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତ୍ଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ । 58 ଲେବୀୟ ବଂଶ ଏହି; ଲିବ୍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ । 59 ସେହି କହାତର ପୁତ୍ର ଅମ୍ରମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା । ସେ ଅମ୍ରମର ଔରସରେ ହାରୋଣ ଓ ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା । 60 ହାରୋଣଠାରୁ ନାଦବ ଓ ଅବୀହୂ, ପୁଣି ଇଲୀୟାସର ଓ ଈଥାମର ଜନ୍ମିଲେ । 61 ମାତ୍ର ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ । 62 ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ । 63 ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ଵାରା ଏସମସ୍ତେ ଗଣାଗଲେ । 64 ମାତ୍ର ସୀନୟ-ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ଵାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା । 65 କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ଛଡ଼ା ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 26 / 36
Common Bible Languages
West Indian Languages
×

Alert

×

oriya Letters Keypad References