ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କ ଗୀତ । ମସ୍କୀଲ୍- ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ ।
2. ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ ।
3. ମୁଁ ମୌନୀ ହୋଇ ଥିବା ବେଳେ ଦିନଯାକ ଆର୍ତ୍ତନାଦ କରିବା ଦ୍ଵାରା ମୋହର ଅସ୍ଥିସବୁ କ୍ଷୟ ପାଇଲା ।
4. କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ରସ ଗ୍ରୀଷ୍ମକାଳୀନ ଶୁଷ୍କତାରେ ପରିଣତ ହେଲା । [ସେଲା
5. ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ଵୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ଵୀକାର କରିବି; ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ । [ସେଲା
6. ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ ।
7. ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ । [ସେଲା
8. ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି ।
9. ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ
10. ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ ।
11. ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ଵନି କର ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 32 / 150
ଗୀତସଂହିତା 32:169
1 ଦାଉଦଙ୍କ ଗୀତ । ମସ୍କୀଲ୍- ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ । 2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ । 3 ମୁଁ ମୌନୀ ହୋଇ ଥିବା ବେଳେ ଦିନଯାକ ଆର୍ତ୍ତନାଦ କରିବା ଦ୍ଵାରା ମୋହର ଅସ୍ଥିସବୁ କ୍ଷୟ ପାଇଲା । 4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ରସ ଗ୍ରୀଷ୍ମକାଳୀନ ଶୁଷ୍କତାରେ ପରିଣତ ହେଲା । [ସେଲା 5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ଵୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ଵୀକାର କରିବି; ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ । [ସେଲା 6 ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ । 7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ । [ସେଲା 8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି । 9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ 10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ । 11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ଵନି କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 32 / 150
Common Bible Languages
West Indian Languages
×

Alert

×

oriya Letters Keypad References