ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦାନିଏଲ
1. ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ ।
2. ସର୍ବୋପରିସ୍ଥ ପରମେଶ୍ଵର ମୋର ପକ୍ଷରେ ଯେ ଯେ ଚିହ୍ନ ଓ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ବିହିତ ବୋଧ ହେଲା ।
3. ତାହାଙ୍କର ଚିହ୍ନସକଳ କିପରି ମହତ! ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ଵ ପୁରୁଷାନୁକ୍ରମେ ଥାଏ ।
4. ମୁଁ ନବୂଖଦ୍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ଵୀ ଥିଲି ।
5. ମୁଁ ଗୋଟିଏ ସ୍ଵପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା ।
6. ଏହେତୁ ସ୍ଵପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ଵାନ୍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;
7. ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ଵପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ ।
8. ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ଵପ୍ନଟି ଜଣାଇ କହିଲି,
9. ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ଵପ୍ନରେ ଯେ ଯେ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ ।
10. ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ତଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ ।
11. ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରା; ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା ।
12. ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା । କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ ।
13. ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ଵର୍ଗରୁ ଓହ୍ଲାଇ ଆସିଲେ ।
14. ସେ ଉଚ୍ଚସ୍ଵର କରି ଏହି କଥା କହିଲେ, ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚିଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ ।
15. ତଥାପି ଭୂମିରେ ତାହାର ମୂଳ-ଗଣ୍ତିକି ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ;
16. ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ; ଆଉ, ତାହା ଉପରେ ସାତ କାଳ ବହିଯାଉ ।
17. ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ଵାରା ହୋଇଅଛି ।
18. ମୁଁ ରାଜା ନବୂଖଦ୍ନିତ୍ସର ଏହି ସ୍ଵପ୍ନ ଦେଖିଅଛି; ଏବେ ହେ ବେଲ୍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ଵାନ୍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି ।
19. ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା । ରାଜା ଉତ୍ତର କରି କହିଲା, ହେ ବେଲ୍ଟଶତ୍ସର, ସେହି ସ୍ଵପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ । ବେଲ୍ଟଶତ୍ସର ଉତ୍ତର କରି କହିଲେ, ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ଵପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ ।
20. ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା;
21. ଯାହାର ପତ୍ରସବୁ ସୁନ୍ଦର ଓ ଫଳ ଅନେକ ଥିଲା ଓ ଯହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା; ଯହିଁର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ, ଯହିଁର ଶାଖାମାନର ଉପରେ ଆକାଶସ୍ଥ ପକ୍ଷୀଗଣର ବସତି ଥିଲା;
22. ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ଵ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ଵ ପୃଥିବୀର ପ୍ରା; ପର୍ଯ୍ୟନ୍ତ ବ୍ୟାପିଅଛି ।
23. ପୁଣି, ଆପଣ ଯେ ଦେଖିଲେ, ସ୍ଵର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ତିକି ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ ।
24. ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି ।
25. ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତା ଯିବେ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ ।
26. ଆହୁରି, ବୃକ୍ଷର ମୂଳ-ଗଣ୍ତି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ଵର୍ଗ ହିଁ କର୍ତ୍ତୃତ୍ଵ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ ।
27. ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ଵାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ଵାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ ।
28. ରାଜା ନବୂଖଦ୍ନିତ୍ସର ପ୍ରତି ଏସବୁ ଘଟିଲା ।
29. ବାର ମାସର ଶେଷରେ ସେ ବାବିଲର ରାଜ-ପ୍ରାସାଦରେ ବୁଲୁଥିଲା ।
30. ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?
31. ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ଵର୍ଗୀୟ ବାଣୀ ହେଲା, ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା ।
32. ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ ।
33. ସେହି ଦଣ୍ତରେ ନବୂଖଦ୍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା ।
34. ଅନନ୍ତର ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ ।
35. ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ଵର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କʼଣ କରୁଅଛ ଏହା ତାହାଙ୍କୁ କହି ନ ପାରେ ।
36. ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକୁ ଫେରିଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକୁ ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ଵେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା ।
37. ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ଵର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି ।

Notes

No Verse Added

Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 12
1 2 3 4 5 6 7 8 9 10 11 12
ଦାନିଏଲ 4
1 ସମୁଦାୟ ପୃଥିବୀନିବାସୀ ଯାବତୀୟ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାର (ବିଜ୍ଞାପନ); ତୁମ୍ଭମାନଙ୍କର ବାହୁଲ୍ୟ ରୂପେ ଶାନ୍ତି ହେଉ । 2 ସର୍ବୋପରିସ୍ଥ ପରମେଶ୍ଵର ମୋର ପକ୍ଷରେ ଯେ ଯେ ଚିହ୍ନ ଓ ଆଶ୍ଚର୍ଯ୍ୟ କ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ବିହିତ ବୋଧ ହେଲା । 3 ତାହାଙ୍କର ଚିହ୍ନସକଳ କିପରି ମହତ! ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ଵ ପୁରୁଷାନୁକ୍ରମେ ଥାଏ । 4 ମୁଁ ନବୂଖଦ୍ନିତ୍ସର ଆପଣା ଗୃହରେ ଶାନ୍ତିରେ ଥିଲି ଓ ଆପଣା ପ୍ରାସାଦରେ ତେଜସ୍ଵୀ ଥିଲି । 5 ମୁଁ ଗୋଟିଏ ସ୍ଵପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା । 6 ଏହେତୁ ସ୍ଵପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ଵାନ୍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି; 7 ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ଵପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ । 8 ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ଵପ୍ନଟି ଜଣାଇ କହିଲି, 9 ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ଵପ୍ନରେ ଯେ ଯେ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ । 10 ଶଯ୍ୟା ଉପରେ ମୋʼ ମନର ଦର୍ଶନ ଏହି ପ୍ରକାର ଥିଲା; ମୁଁ ଅନାଇଲି, ଆଉ ଦେଖ, ଭୂମଣ୍ତଳର ମଧ୍ୟସ୍ଥଳରେ ଏକ ବୃକ୍ଷ ଓ ତାହା ଅତି ଉଚ୍ଚ । 11 ସେ ବୃକ୍ଷ ବଢ଼ିଲା ଓ ଦୃଢ଼ ହେଲା ଓ ତହିଁର ଉଚ୍ଚତା ଗଗନ ସ୍ପର୍ଶ କଲା, ପୁଣି ସମୁଦାୟ ପୃଥିବୀର ପ୍ରା; ପର୍ଯ୍ୟନ୍ତ ତାହା ଦୃଶ୍ୟମାନ ଥିଲା । 12 ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା । କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ । 13 ମୁଁ ଶଯ୍ୟା ଉପରେ ମୋʼ ମନର ଦର୍ଶନକ୍ରମେ ଦେଖିଲି, ଆଉ ଦେଖ, ଏକ ପ୍ରହରୀ ଓ ପବିତ୍ର ପୁରୁଷ ସ୍ଵର୍ଗରୁ ଓହ୍ଲାଇ ଆସିଲେ । 14 ସେ ଉଚ୍ଚସ୍ଵର କରି ଏହି କଥା କହିଲେ, ଏହି ବୃକ୍ଷକୁ ଛେଦନ କର ଓ ତହିଁର ଶାଖାସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ପକାଅ ଓ ଫଳସବୁ ବିଞ୍ଚିଦିଅ; ତହିଁର ତଳୁ ପଶୁମାନେ, ତହିଁର ଡାଳରୁ ପକ୍ଷୀମାନେ ପଳାଇ ଯାଉନ୍ତୁ । 15 ତଥାପି ଭୂମିରେ ତାହାର ମୂଳ-ଗଣ୍ତିକି ଲୌହ ଓ ପିତ୍ତଳମୟ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ ଓ ତାହା ଆକାଶର କାକରରେ ତିନ୍ତୁ, ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣରେ ତାହାର ଅଂଶ ହେଉ; 16 ତାହାର ମାନବ ହୃଦୟ ପରିବର୍ତ୍ତିତ ହେଉ ଓ ତାହାକୁ ପଶୁର ହୃଦୟ ଦତ୍ତ ହେଉ; ଆଉ, ତାହା ଉପରେ ସାତ କାଳ ବହିଯାଉ । 17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ଵାରା ହୋଇଅଛି । 18 ମୁଁ ରାଜା ନବୂଖଦ୍ନିତ୍ସର ଏହି ସ୍ଵପ୍ନ ଦେଖିଅଛି; ଏବେ ହେ ବେଲ୍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ଵାନ୍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି । 19 ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା । ରାଜା ଉତ୍ତର କରି କହିଲା, ହେ ବେଲ୍ଟଶତ୍ସର, ସେହି ସ୍ଵପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ । ବେଲ୍ଟଶତ୍ସର ଉତ୍ତର କରି କହିଲେ, ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ଵପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ । 20 ଆପଣ ଯେଉଁ ବୃକ୍ଷ ଦେଖିଲେ, ଯାହା ବଢ଼ି ବଳବାନ ହେଲା, ଯହିଁର ଉଚ୍ଚତା ଗଗନସ୍ପର୍ଶୀ ଓ ସମୁଦାୟ ପୃଥିବୀରେ ଦୃଶ୍ୟମାନ ହେଲା; 21 ଯାହାର ପତ୍ରସବୁ ସୁନ୍ଦର ଓ ଫଳ ଅନେକ ଥିଲା ଓ ଯହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା; ଯହିଁର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ, ଯହିଁର ଶାଖାମାନର ଉପରେ ଆକାଶସ୍ଥ ପକ୍ଷୀଗଣର ବସତି ଥିଲା; 22 ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ଵ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ଵ ପୃଥିବୀର ପ୍ରା; ପର୍ଯ୍ୟନ୍ତ ବ୍ୟାପିଅଛି । 23 ପୁଣି, ଆପଣ ଯେ ଦେଖିଲେ, ସ୍ଵର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ତିକି ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ । 24 ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି । 25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତା ଯିବେ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ । 26 ଆହୁରି, ବୃକ୍ଷର ମୂଳ-ଗଣ୍ତି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ଵର୍ଗ ହିଁ କର୍ତ୍ତୃତ୍ଵ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ । 27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ଵାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ଵାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ । 28 ରାଜା ନବୂଖଦ୍ନିତ୍ସର ପ୍ରତି ଏସବୁ ଘଟିଲା । 29 ବାର ମାସର ଶେଷରେ ସେ ବାବିଲର ରାଜ-ପ୍ରାସାଦରେ ବୁଲୁଥିଲା । 30 ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ? 31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ଵର୍ଗୀୟ ବାଣୀ ହେଲା, ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା । 32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ । 33 ସେହି ଦଣ୍ତରେ ନବୂଖଦ୍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା । 34 ଅନନ୍ତର ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ । 35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ଵର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କʼଣ କରୁଅଛ ଏହା ତାହାଙ୍କୁ କହି ନ ପାରେ । 36 ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକୁ ଫେରିଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକୁ ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ଵେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା । 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ଵର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି ।
Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 12
1 2 3 4 5 6 7 8 9 10 11 12
Common Bible Languages
West Indian Languages
×

Alert

×

oriya Letters Keypad References