ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯାତ୍ରା ପୁସ୍ତକ
1. ଆହୁରି ତୁମ୍ଭେ ଦଶ ଯବନିକା ଦ୍ଵାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ ଓ ନୀଳ ଓ ଧୂମ୍ର ଓ ସିନ୍ଦୂରଣବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।
2. ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ ।
3. ପୁଣି ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ ।
4. ଆଉ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କରିବ ଓ ଯୋଡ଼ ସ୍ଥାନରେ ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ ।
5. ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ; ସେହି ଦୁଇ ଘୁଣ୍ତିଘରା-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ ।
6. ପୁଣି ପଚାଶ ସ୍ଵର୍ଣ୍ଣ ଘୁଣ୍ତି କରି ଘୁଣ୍ତିରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ ।
7. ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ଵୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।
8. ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ ।
9. ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ଵୁ ସମ୍ମୁଖରେ ରଖିବ ।
10. ଆଉ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ।
11. ଆଉ ପିତ୍ତଳର ପଚାଶ ଘୁଣ୍ତି କରି ସେହି ଘୁଣ୍ତିଘରାରେ ପ୍ରବେଶ କରାଇ ତମ୍ଵୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ଵୁ ହେବ ।
12. ସେହି ତମ୍ଵୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍ ପାର୍ଶ୍ଵରେ ଓହଳି ରହିବ ।
13. ଆଉ ତମ୍ଵୁ ଯବନିକାର ଦୀର୍ଘତାର ଯେଉଁ ଅଂଶ ଏପାର୍ଶ୍ଵରେ ଏକ ହସ୍ତ ଓ ସେପାର୍ଶ୍ଵରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏପାର୍ଶ୍ଵ-ସେପାର୍ଶ୍ଵରେ ଆଚ୍ଛାଦନାର୍ଥେ ଝୁଲିବ ।
14. ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷଚର୍ମରେ ତମ୍ଵୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ ।
15. ଅନନ୍ତର ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ ।
16. ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ ।
17. ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ ।
18. ଆଉ ଆବାସ ନିମନ୍ତେ ଯେ ସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ଵ ନିମନ୍ତେ କୋଡ଼ିଏ ପଟା ।
19. ପୁଣି ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ ।
20. ପୁଣି ଆବାସର ଅନ୍ୟ ପାର୍ଶ୍ଵ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ ।
21. ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ ।
22. ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵ ନିମନ୍ତେ ଛଅ ଖଣ୍ତ ପଟା ହେବ ।
23. ପୁଣି ଆବାସର ସେହି ପଶ୍ଚାଦ୍ଭାଗର ଦୁଇ କୋଣରେ ଦୁଇ ଖଣ୍ତ ପଟା ଦେବ ।
24. ପୁଣି ତହିଁ ତଳେ ଯୋଡ଼ ହେବ ଓ ସେହି ରୂପେ ତହିଁ ମୁଣ୍ତରେ ପ୍ରଥମ କଡ଼ା ନିକଟରେ ଯୋଡ଼ା ହେବ; ଏହିରୂପେ ଦୁଇରେ ହେବ; ତାହାସବୁ ଦୁଇ କୋଣ ନିମନ୍ତେ ହେବ ।
25. ତହିଁରେ ତହିଁର ପଟା ଆଠ ଖଣ୍ତ ହେବ ଓ ତହିଁର ଷୋଳ ରୂପା ଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ ।
26. ଆଉ ତୁମ୍ଭେ ଶିଟୀମ୍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ
27. ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵର ପଟାରେ ପାଞ୍ଚ ଅର୍ଗଳ ଦେବ ।
28. ପୁଣି ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ତରୁ ସେ ମୁଣ୍ତ ଯାଏ ପାଇବ।
29. ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ ।
30. ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।
31. ଆଉ ତୁମ୍ଭେ ନୀଳ ବର୍ଣ୍ଣ ଓ ଧୂମ୍ର ବର୍ଣ୍ଣ ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ ।
32. ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ଵର୍ଣ୍ଣର ଆଙ୍କଡ଼ାସବୁ ବସାଇବ ।
33. ପୁଣି ଘୁଣ୍ତିସବୁର ତଳେ ବିଚ୍ଛେଦବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ ।
34. ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ ।
35. ବିଚ୍ଛେଦବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ ।
36. ପୁଣି ଆବାସର ଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନବସ୍ତ୍ର ପ୍ରସ୍ତୁତ କରିବ।
37. ସେହି ଆଚ୍ଛାଦନବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ଵର୍ଣ୍ଣ ମଡ଼ାଇବ, ପୁଣି ସ୍ଵର୍ଣ୍ଣରେ ତହିଁର ଆଙ୍କଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ ।
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 26 / 40
1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ଵାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ ଓ ନୀଳ ଓ ଧୂମ୍ର ଓ ସିନ୍ଦୂରଣବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ। 2 ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ । 3 ପୁଣି ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ । 4 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କରିବ ଓ ଯୋଡ଼ ସ୍ଥାନରେ ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ । 5 ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ; ସେହି ଦୁଇ ଘୁଣ୍ତିଘରା-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ । 6 ପୁଣି ପଚାଶ ସ୍ଵର୍ଣ୍ଣ ଘୁଣ୍ତି କରି ଘୁଣ୍ତିରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ । 7 ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ଵୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ। 8 ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ । 9 ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ଵୁ ସମ୍ମୁଖରେ ରଖିବ । 10 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କରିବ ଓ ଦ୍ଵିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଘୁଣ୍ତିଘରା କରିବ । 11 ଆଉ ପିତ୍ତଳର ପଚାଶ ଘୁଣ୍ତି କରି ସେହି ଘୁଣ୍ତିଘରାରେ ପ୍ରବେଶ କରାଇ ତମ୍ଵୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ଵୁ ହେବ । 12 ସେହି ତମ୍ଵୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍ ପାର୍ଶ୍ଵରେ ଓହଳି ରହିବ । 13 ଆଉ ତମ୍ଵୁ ଯବନିକାର ଦୀର୍ଘତାର ଯେଉଁ ଅଂଶ ଏପାର୍ଶ୍ଵରେ ଏକ ହସ୍ତ ଓ ସେପାର୍ଶ୍ଵରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏପାର୍ଶ୍ଵ-ସେପାର୍ଶ୍ଵରେ ଆଚ୍ଛାଦନାର୍ଥେ ଝୁଲିବ । 14 ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷଚର୍ମରେ ତମ୍ଵୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ । 15 ଅନନ୍ତର ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ । 16 ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ । 17 ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ ।
18 ଆଉ ଆବାସ ନିମନ୍ତେ ଯେ ସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ଵ ନିମନ୍ତେ କୋଡ଼ିଏ ପଟା ।
19 ପୁଣି ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ । 20 ପୁଣି ଆବାସର ଅନ୍ୟ ପାର୍ଶ୍ଵ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ । 21 ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ । 22 ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵ ନିମନ୍ତେ ଛଅ ଖଣ୍ତ ପଟା ହେବ । 23 ପୁଣି ଆବାସର ସେହି ପଶ୍ଚାଦ୍ଭାଗର ଦୁଇ କୋଣରେ ଦୁଇ ଖଣ୍ତ ପଟା ଦେବ । 24 ପୁଣି ତହିଁ ତଳେ ଯୋଡ଼ ହେବ ଓ ସେହି ରୂପେ ତହିଁ ମୁଣ୍ତରେ ପ୍ରଥମ କଡ଼ା ନିକଟରେ ଯୋଡ଼ା ହେବ; ଏହିରୂପେ ଦୁଇରେ ହେବ; ତାହାସବୁ ଦୁଇ କୋଣ ନିମନ୍ତେ ହେବ । 25 ତହିଁରେ ତହିଁର ପଟା ଆଠ ଖଣ୍ତ ହେବ ଓ ତହିଁର ଷୋଳ ରୂପା ଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ । 26 ଆଉ ତୁମ୍ଭେ ଶିଟୀମ୍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟପାର୍ଶ୍ଵସ୍ଥ ପଟାରେ ପାଞ୍ଚ ଅର୍ଗଳ 27 ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ଵର ପଟାରେ ପାଞ୍ଚ ଅର୍ଗଳ ଦେବ । 28 ପୁଣି ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ତରୁ ସେ ମୁଣ୍ତ ଯାଏ ପାଇବ। 29 ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ । 30 ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ। 31 ଆଉ ତୁମ୍ଭେ ନୀଳ ବର୍ଣ୍ଣ ଓ ଧୂମ୍ର ବର୍ଣ୍ଣ ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ । 32 ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ଵର୍ଣ୍ଣର ଆଙ୍କଡ଼ାସବୁ ବସାଇବ । 33 ପୁଣି ଘୁଣ୍ତିସବୁର ତଳେ ବିଚ୍ଛେଦବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ । 34 ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ । 35 ବିଚ୍ଛେଦବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ । 36 ପୁଣି ଆବାସର ଦ୍ଵାର ନିମନ୍ତେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନବସ୍ତ୍ର ପ୍ରସ୍ତୁତ କରିବ। 37 ସେହି ଆଚ୍ଛାଦନବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ଵର୍ଣ୍ଣ ମଡ଼ାଇବ, ପୁଣି ସ୍ଵର୍ଣ୍ଣରେ ତହିଁର ଆଙ୍କଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ ।
Total 40 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 26 / 40
×

Alert

×

Oriya Letters Keypad References