ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ
1. ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି ।
2. ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ ।
3. ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ ।
4. ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା ।
5. ଶିମୀୟୋନ୍ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ଼୍‍ଗ ଦୌରାତ୍ମ୍ୟର ଅସ୍ତ୍ର ।
6. ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ଵେଚ୍ଛାଚାରିତାରେ ରାଜହତ୍ୟା କଲେ ।
7. ସେମାନଙ୍କ କ୍ରୋଧ, ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ତ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି ।
8. ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବୋ ।
9. ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?
10. ଶୀଲୋର (ଶାନ୍ତିକର୍ତ୍ତାଙ୍କର) ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ତ ଓ ତାହାର ଚରଣଦ୍ଵୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ଵୀକାର କରିବେ ।
11. ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରକ୍ତରେ ଆପଣା ପରିଧେୟ ବସ୍ତ୍ର ଧୋଇବ ।
12. ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦ; ଶ୍ଵେତବର୍ଣ୍ଣ ହେବ ।
13. ସବୂଲୂନ୍ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି ସୀଦୋନ୍ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ ।
14. ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେନ୍ତ
15. ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା ।
16. ଦାନ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ ।
17. ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍ ପଡ଼ିଯାଏ ।
18. ହେ ସଦାପ୍ରଭୋ, ମୁଁ ତୁମ୍ଭ ଦ୍ଵାରା ପରିତ୍ରାଣର ଅପେକ୍ଷାରେ ଅଛି ।
19. ସୈନ୍ୟଦଳ ଗାଦ୍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍ ସେମାନଙ୍କୁ ଆକ୍ରମଣ କରିବ ।
20. ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ ।
21. ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ଵରୂପ, ସେ ମନୋହର ବାକ୍ୟ କହିବ ।
22. ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ଵରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ ।
23. ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,
24. ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
25. ଅର୍ଥାତ୍, ପୈତୃକ ପରମେଶ୍ଵର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ,, ତାହାଙ୍କ ଦ୍ଵାରା ତାହାର ହସ୍ତର ବାହୁ ବଳବାନ ହେଲା ।
26. ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ ।
27. ବିନ୍ୟାମିନ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ ।
28. ଏମାନେ ଇସ୍ରାଏଲଙ୍କର ଦ୍ଵାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ଆଶୀର୍ବାଦ କଲେ ।
29. ଅନନ୍ତର ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ ।
30. ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ହେବ ।
31. ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି ସେହି ସ୍ଥାନରେ ଇସ୍‍ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି;
32. ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହେତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି ।
33. ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 49 / 50
1 ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି । 2 ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ । 3 ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ । 4 ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା । 5 ଶିମୀୟୋନ୍ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ଼୍‍ଗ ଦୌରାତ୍ମ୍ୟର ଅସ୍ତ୍ର । 6 ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ଵେଚ୍ଛାଚାରିତାରେ ରାଜହତ୍ୟା କଲେ । 7 ସେମାନଙ୍କ କ୍ରୋଧ, ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ତ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି । 8 ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବୋ । 9 ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ? 10 ଶୀଲୋର (ଶାନ୍ତିକର୍ତ୍ତାଙ୍କର) ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ତ ଓ ତାହାର ଚରଣଦ୍ଵୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ଵୀକାର କରିବେ । 11 ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରକ୍ତରେ ଆପଣା ପରିଧେୟ ବସ୍ତ୍ର ଧୋଇବ । 12 ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦ; ଶ୍ଵେତବର୍ଣ୍ଣ ହେବ । 13 ସବୂଲୂନ୍ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି ସୀଦୋନ୍ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ । 14 ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେନ୍ତ 15 ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା । 16 ଦାନ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ । 17 ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍ ପଡ଼ିଯାଏ । 18 ହେ ସଦାପ୍ରଭୋ, ମୁଁ ତୁମ୍ଭ ଦ୍ଵାରା ପରିତ୍ରାଣର ଅପେକ୍ଷାରେ ଅଛି । 19 ସୈନ୍ୟଦଳ ଗାଦ୍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍ ସେମାନଙ୍କୁ ଆକ୍ରମଣ କରିବ । 20 ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ । 21 ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ଵରୂପ, ସେ ମନୋହର ବାକ୍ୟ କହିବ । 22 ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ଵରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ । 23 ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି, 24 ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ), 25 ଅର୍ଥାତ୍, ପୈତୃକ ପରମେଶ୍ଵର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ,, ତାହାଙ୍କ ଦ୍ଵାରା ତାହାର ହସ୍ତର ବାହୁ ବଳବାନ ହେଲା । 26 ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ । 27 ବିନ୍ୟାମିନ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ । 28 ଏମାନେ ଇସ୍ରାଏଲଙ୍କର ଦ୍ଵାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ଆଶୀର୍ବାଦ କଲେ । 29 ଅନନ୍ତର ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ । 30 ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ହେବ । 31 ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି ସେହି ସ୍ଥାନରେ ଇସ୍‍ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି; 32 ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହେତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି । 33 ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ ।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 49 / 50
×

Alert

×

Oriya Letters Keypad References