ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
1. ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ,
2. ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ତୁମ୍ଭକୁ ଏହି କଥା କହନ୍ତି;
3. ତୁମ୍ଭେ କହିଲ, ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳା; ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ ।
4. ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା ।
5. ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ; କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା ।

Notes

No Verse Added

Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 45 / 52
ଯିରିମିୟ 45
1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ, 2 ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ତୁମ୍ଭକୁ ଏହି କଥା କହନ୍ତି; 3 ତୁମ୍ଭେ କହିଲ, ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳା; ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ । 4 ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା । 5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ; କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା ।
Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 45 / 52
Common Bible Languages
West Indian Languages
×

Alert

×

oriya Letters Keypad References