ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲେବୀୟ ପୁସ୍ତକ
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ପବିତ୍ର ଅଟୁ ।
3. ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
4. ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
5. ପୁଣି, ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ।
6. ବଳିଦାନ ଦିନ ଓ ତହିଁ ଆର ଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ ।
7. ଯେବେ ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ ।
8. ଆଉ, ତହିଁର ଭୋକ୍ତା ନିଜ ଅପରାଧ ବହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା । ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
9. ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ ।
10. ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
11. ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ ।
12. ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ଵରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ ।
13. ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ । ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ ।
14. ତୁମ୍ଭେ ବଧିରକୁ ଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ।
15. ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ ।
16. ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ପ୍ରତିକୂଳରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ ।
17. ତୁମ୍ଭେ ମନେ ମନେ ଆପଣା ଭାଇକି ଘୃଣା କରିବ ନାହିଁ; ତୁମ୍ଭେ ନିତା; ଆପଣା ପ୍ରତିବାସୀକି ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ପାପ ଭୋଗିବ ନାହିଁ ।
18. ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ଵେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ ।
19. ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ । ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ ।
20. ପୁଣି, ମୂଲ୍ୟ ଦ୍ଵାରା ଅବା ଅନ୍ୟ ରୂପେ ମୁକ୍ତ ନୁହେଁ, ଏପରି ଯେ ସ୍ଵାମୀ ପ୍ରତି ବାଗ୍ଦତ୍ତା ଦାସୀ, ତାହା ସହିତ ଯେବେ କେହି ଶୟନ କରେ, ତେବେ ସେମାନେ ଦଣ୍ତନୀୟ ହେବେ; ସେମାନଙ୍କର ପ୍ରାଣଦଣ୍ତ ହେବ ନାହିଁ, କାରଣ ସେ ମୁକ୍ତ ନୁହେଁ ।
21. ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ଵୁଦ୍ଵାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍, ଦୋଷାର୍ଥକ ମେଷ ଆଣିବ ।
22. ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ଵାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ ।
23. ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହା ସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ଵରୂପ ହେବ; ତାହା ଭୋଜନ କରାଯିବ ନାହିଁ ।
24. ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ ।
25. ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
26. ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ ।
27. ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ତନ କରିବ ନାହିଁ ।
28. ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
29. ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ ।
30. ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
31. ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ଵାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ଵେଷଣ କର ନାହିଁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଟୁ ।
32. ତୁମ୍ଭେ ପକ୍ଵକେଶ-ପ୍ରାଚୀନର ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ଵରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
33. ଆଉ, ଯେବେ କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ ।
34. ଯେପରି ତୁମ୍ଭମାନଙ୍କର ସ୍ଵଦେଶୀୟ ଲୋକ; ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
35. ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ ।
36. ଯଥାର୍ଥ ଦଣ୍ତି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
37. ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।

Notes

No Verse Added

Total 27 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 27
ଲେବୀୟ ପୁସ୍ତକ 19
1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ପବିତ୍ର ଅଟୁ । 3 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ । 4 ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ । 5 ପୁଣି, ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ। 6 ବଳିଦାନ ଦିନ ଓ ତହିଁ ଆର ଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ । 7 ଯେବେ ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ । 8 ଆଉ, ତହିଁର ଭୋକ୍ତା ନିଜ ଅପରାଧ ବହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା । ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ । 9 ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ । 10 ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ । 11 ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ । 12 ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ଵରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ । 13 ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ । ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ । 14 ତୁମ୍ଭେ ବଧିରକୁ ଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ । 15 ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ । 16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ପ୍ରତିକୂଳରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ । 17 ତୁମ୍ଭେ ମନେ ମନେ ଆପଣା ଭାଇକି ଘୃଣା କରିବ ନାହିଁ; ତୁମ୍ଭେ ନିତା; ଆପଣା ପ୍ରତିବାସୀକି ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ପାପ ଭୋଗିବ ନାହିଁ । 18 ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ଵେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ । 19 ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ । ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ । 20 ପୁଣି, ମୂଲ୍ୟ ଦ୍ଵାରା ଅବା ଅନ୍ୟ ରୂପେ ମୁକ୍ତ ନୁହେଁ, ଏପରି ଯେ ସ୍ଵାମୀ ପ୍ରତି ବାଗ୍ଦତ୍ତା ଦାସୀ, ତାହା ସହିତ ଯେବେ କେହି ଶୟନ କରେ, ତେବେ ସେମାନେ ଦଣ୍ତନୀୟ ହେବେ; ସେମାନଙ୍କର ପ୍ରାଣଦଣ୍ତ ହେବ ନାହିଁ, କାରଣ ସେ ମୁକ୍ତ ନୁହେଁ । 21 ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ଵୁଦ୍ଵାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍, ଦୋଷାର୍ଥକ ମେଷ ଆଣିବ । 22 ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ଵାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ । 23 ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହା ସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ଵରୂପ ହେବ; ତାହା ଭୋଜନ କରାଯିବ ନାହିଁ । 24 ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ । 25 ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ । 26 ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ । 27 ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ତନ କରିବ ନାହିଁ । 28 ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ । 29 ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ । 30 ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ । 31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ଵାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ଵେଷଣ କର ନାହିଁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଟୁ । 32 ତୁମ୍ଭେ ପକ୍ଵକେଶ-ପ୍ରାଚୀନର ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ଵରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ । 33 ଆଉ, ଯେବେ କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ । 34 ଯେପରି ତୁମ୍ଭମାନଙ୍କର ସ୍ଵଦେଶୀୟ ଲୋକ; ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ । 35 ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ । 36 ଯଥାର୍ଥ ଦଣ୍ତି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ । 37 ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
Total 27 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 27
Common Bible Languages
West Indian Languages
×

Alert

×

oriya Letters Keypad References