ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ
1. ଯେ ଆପଣାକୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ଵଜ୍ଞାନ ବିରୁଦ୍ଧରେ କନ୍ଦଳ କରେ ।
2. ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ ।
3. ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି ଅପମାନ ସଙ୍ଗେ ଦୁର୍ନାମ ଆସେ ।
4. ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ ।
5. ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ ।
6. ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି ତାହାର ମୁଖ ମାଡ଼ ଖାଇବାକୁ ଡାକେ ।
7. ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ଵରୂପ ।
8. କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ ।
9. ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ ।
10. ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକି ପଳାଇ ରକ୍ଷା ପାଏ ।
11. ଧନବାନର ଧନ ତାହାର ଦୃଢ଼ ନଗର, ପୁଣି ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ଵରୂପ ।
12. ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ ।
13. ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା ।
14. ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ?
15. ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ ।
16. ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ ।
17. ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ ।
18. ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନ-ମାନଙ୍କୁ ପୃଥକ କରେ ।
19. ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ଵରୂପ ।
20. ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ ।
21. ମରଣ ଓ ଜୀବନ ଜିହ୍ଵାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ ।
22. ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ ।
23. ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ ।
24. ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 31
1 ଯେ ଆପଣାକୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ଵଜ୍ଞାନ ବିରୁଦ୍ଧରେ କନ୍ଦଳ କରେ । 2 ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ । 3 ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି ଅପମାନ ସଙ୍ଗେ ଦୁର୍ନାମ ଆସେ । 4 ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ । 5 ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ । 6 ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି ତାହାର ମୁଖ ମାଡ଼ ଖାଇବାକୁ ଡାକେ । 7 ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ଵରୂପ । 8 କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ । 9 ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ । 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକି ପଳାଇ ରକ୍ଷା ପାଏ । 11 ଧନବାନର ଧନ ତାହାର ଦୃଢ଼ ନଗର, ପୁଣି ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ଵରୂପ । 12 ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ । 13 ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା । 14 ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ? 15 ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ । 16 ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ । 17 ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ । 18 ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନ-ମାନଙ୍କୁ ପୃଥକ କରେ । 19 ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ଵରୂପ । 20 ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ । 21 ମରଣ ଓ ଜୀବନ ଜିହ୍ଵାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ । 22 ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ । 23 ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ । 24 ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 31
×

Alert

×

Oriya Letters Keypad References