ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦାନିଏଲ
1. ପୁଣି, ମାଦୀୟ ଦାରୀୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ ।
2. ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା । ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ ।
3. ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ଵରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ ।
4. ଆଉ, ସେ ଉତ୍ପନ୍ନ ହେଲେ ତାହାର ରାଜ୍ୟ ଭଗ୍ନ ହେବ ଓ ଆକାଶର ଚାରି ଦିଗରେ ବିଭକ୍ତ ହେବ; ମାତ୍ର ତାହାର ବଂଶ ନିମନ୍ତେ କିଅବା ତାହାର କର୍ତ୍ତୃତ୍ଵାନୁଯାୟୀ ଶାସନ ନିମନ୍ତେ ନୋହିବ; କାରଣ ସେମାନଙ୍କ ନିମନ୍ତେ ନୁହେଁ, ମାତ୍ର ଅନ୍ୟମାନଙ୍କ ନିମନ୍ତେ ତାହାର ରାଜ୍ୟ ଉତ୍ପାଟିତ ହେବ ।
5. ପୁଣି, ଦକ୍ଷିଣ ଦେଶର ରାଜା ଓ ତାହାର ଅଧିପତିମାନଙ୍କ ମଧ୍ୟରୁ ଏକଜଣ ବଳବାନ ହେବ; ଆଉ, ଏ ତାହା ଅପେକ୍ଷା ବଳବାନ ହୋଇ କର୍ତ୍ତୃତ୍ଵ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ୍ ରାଜ୍ୟ ହେବ ।
6. ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେସମୟରେ ଯେ ତାହାକୁ ବଳ ଦେଲା,ସମସ୍ତେ ସମର୍ପିତ ହେବେ ।
7. ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଏକଜଣ ସ୍ଵସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକି ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ;
8. ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ ।
9. ପୁଣି, ସେ ଦକ୍ଷିଣ ଦେଶୀୟ ରାଜାର ରାଜ୍ୟକୁ ଆସିବ, ମାତ୍ର ଆପଣା ଦେଶକୁ ସେ ଫେରିଯିବ ।
10. ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା ସୈନିକ-ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲିଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ ।
11. ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧରେ ଚାଳିତ ହୋଇ ଆସି ତାହା ସଙ୍ଗରେ, ଅର୍ଥାତ୍ ଉତ୍ତର ଦେଶୀୟ ରାଜା ସଙ୍ଗେ ଯୁଦ୍ଧ କରିବ; ତହିଁରେ ସେ ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର ହସ୍ତରେ ସମର୍ପିତ ହେବ ।
12. ପୁଣି, ସେହି ଜନତା ଉତ୍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ ।
13. ଆଉ, ଉତ୍ତର ଦେଶର ରାଜା ଫେରି ପୂର୍ବ ଅପେକ୍ଷା ଏକ ବୃହତ୍ ଜନତା ସଂଗ୍ରହ କରିବ; ପୁଣି ସେ, କାଳର ଅର୍ଥାତ୍, ବର୍ଷମାନର ଶେଷରେ ମହାସୈନ୍ୟ ଓ ଅପାର ସାମଗ୍ରୀ ନେଇ ଆସିବ ।
14. ପୁଣି, ସେସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ ।
15. ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ ।
16. ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ ।
17. ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ ।
18. ଏଥିଉତ୍ତାରେ ସେ ଦ୍ଵୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ ।
19. ତହୁଁ ସେ ଆପଣା ଦେଶର ଦୁର୍ଗସକଳର ଆଡ଼େ ଫେରିବ; ମାତ୍ର ସେ ଝୁଣ୍ଟି ପତିତ ହେବ; ପୁଣି, ଦେଖାଯିବ ନାହିଁ ।
20. ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟ ଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ ।
21. ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚି; ସମୟରେ ଆସିବ ଓ ଚାଟୁବାକ୍ୟ-ଦ୍ଵାରା ରାଜ୍ୟ ପାଇବ ।
22. ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ଵାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ହିଁ ଭଗ୍ନ ହେବ ।
23. ପୁଣି, ତାହାର ସହିତ ସନ୍ଧି ସ୍ଥିର କରାଗଲା ଉତ୍ତାରେ ସେ ପ୍ରତାରଣାପୂର୍ବକ କାର୍ଯ୍ୟ କରିବ; କାରଣ ସେ ଆସି ଅଳ୍ପ ଲୋକ ଦ୍ଵାରା ପରାକ୍ରମୀ ହେବ ।
24. ସେ ନିଶ୍ଚି; ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛିକାଳ କୌଶଳ କଳ୍ପନା କରିବ ।
25. ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ୍ ଓ ପରାକ୍ରା; ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ ।
26. ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ ।
27. ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ ।
28. ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରି ଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରି ଯିବ ।
29. ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବ କାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ ।
30. କାରଣ କିତ୍ତିମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରି ଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରି ଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ ।
31. ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ ।
32. ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ଵାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ଵରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ ।
33. ଆଉ, ଲୋକମାନଙ୍କ ମଧ୍ୟରେ ଜ୍ଞାନୀମାନେ ଅନେକଙ୍କୁ ଉପଦେଶ ଦେବେ; ତଥାପି ଅନେକ ଦିନ ପର୍ଯ୍ୟନ୍ତ ସେମାନେ ଖଡ଼୍‍ଗରେ, ଅଗ୍ନିଶିଖାରେ, ବନ୍ଦୀଦଶାରେ ଓ ଲୁଟରେ ପତିତ ହେବେ ।
34. ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ଵାରା ସେମାନଙ୍କ ସଙ୍ଗେ ଯୋଗ ଦେବେ ।
35. ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ ।
36. ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ଵରଗଣର ଈଶ୍ଵରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ ।
37. ସେ ଆପଣା ପିତୃଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ ।
38. ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ ।
39. ପୁଣି, ସେ ବିଦେଶୀୟ ଦେବତାର ସାହାଯ୍ୟରେ ଦୃଢ଼ତମ ଦୁର୍ଗମାନର ପ୍ରତିକୂଳରେ କାର୍ଯ୍ୟ କରିବ, ଯେକେହି ତାହାକୁ ସ୍ଵୀକାର କରିବ, ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକର ଉପରେ ସେମାନଙ୍କୁ କର୍ତ୍ତୃତ୍ଵ ପଦ ଦେବ ଓ ପାରିତୋଷିକ ରୂପେ ଭୂମି ବିଭାଗ କରିବ ।
40. ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ଵାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ ।
41. ସେ ମଧ୍ୟ ରମ୍ୟ ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ ।
42. ଆହୁରି, ସେ ନାନା ଦେଶ ଉପରେ ଆପଣା ହସ୍ତ ପ୍ରସାରିବ ଓ ମିସର ଦେଶ ରକ୍ଷା ପାଇବ ନାହିଁ ।
43. ମାତ୍ର ମିସରର ସୁନା ଓ ରୂପାର ଭଣ୍ତାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୁଦୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ ।
44. ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ଵାଦ ତାହାକୁ ଉଦ୍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ ।
45. ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ଵୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମ କାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ ।

Notes

No Verse Added

Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 12
1 2 3 4 5 6 7 8 9 10 11 12
ଦାନିଏଲ 11
1 ପୁଣି, ମାଦୀୟ ଦାରୀୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ । 2 ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା । ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ । 3 ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ଵରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ । 4 ଆଉ, ସେ ଉତ୍ପନ୍ନ ହେଲେ ତାହାର ରାଜ୍ୟ ଭଗ୍ନ ହେବ ଓ ଆକାଶର ଚାରି ଦିଗରେ ବିଭକ୍ତ ହେବ; ମାତ୍ର ତାହାର ବଂଶ ନିମନ୍ତେ କିଅବା ତାହାର କର୍ତ୍ତୃତ୍ଵାନୁଯାୟୀ ଶାସନ ନିମନ୍ତେ ନୋହିବ; କାରଣ ସେମାନଙ୍କ ନିମନ୍ତେ ନୁହେଁ, ମାତ୍ର ଅନ୍ୟମାନଙ୍କ ନିମନ୍ତେ ତାହାର ରାଜ୍ୟ ଉତ୍ପାଟିତ ହେବ । 5 ପୁଣି, ଦକ୍ଷିଣ ଦେଶର ରାଜା ଓ ତାହାର ଅଧିପତିମାନଙ୍କ ମଧ୍ୟରୁ ଏକଜଣ ବଳବାନ ହେବ; ଆଉ, ଏ ତାହା ଅପେକ୍ଷା ବଳବାନ ହୋଇ କର୍ତ୍ତୃତ୍ଵ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ୍ ରାଜ୍ୟ ହେବ । 6 ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେସମୟରେ ଯେ ତାହାକୁ ବଳ ଦେଲା,ସମସ୍ତେ ସମର୍ପିତ ହେବେ । 7 ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଏକଜଣ ସ୍ଵସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକି ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ; 8 ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ । 9 ପୁଣି, ସେ ଦକ୍ଷିଣ ଦେଶୀୟ ରାଜାର ରାଜ୍ୟକୁ ଆସିବ, ମାତ୍ର ଆପଣା ଦେଶକୁ ସେ ଫେରିଯିବ । 10 ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା ସୈନିକ-ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲିଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ । 11 ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧରେ ଚାଳିତ ହୋଇ ଆସି ତାହା ସଙ୍ଗରେ, ଅର୍ଥାତ୍ ଉତ୍ତର ଦେଶୀୟ ରାଜା ସଙ୍ଗେ ଯୁଦ୍ଧ କରିବ; ତହିଁରେ ସେ ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର ହସ୍ତରେ ସମର୍ପିତ ହେବ । 12 ପୁଣି, ସେହି ଜନତା ଉତ୍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ । 13 ଆଉ, ଉତ୍ତର ଦେଶର ରାଜା ଫେରି ପୂର୍ବ ଅପେକ୍ଷା ଏକ ବୃହତ୍ ଜନତା ସଂଗ୍ରହ କରିବ; ପୁଣି ସେ, କାଳର ଅର୍ଥାତ୍, ବର୍ଷମାନର ଶେଷରେ ମହାସୈନ୍ୟ ଓ ଅପାର ସାମଗ୍ରୀ ନେଇ ଆସିବ । 14 ପୁଣି, ସେସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ । 15 ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ । 16 ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ । 17 ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ । 18 ଏଥିଉତ୍ତାରେ ସେ ଦ୍ଵୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ । 19 ତହୁଁ ସେ ଆପଣା ଦେଶର ଦୁର୍ଗସକଳର ଆଡ଼େ ଫେରିବ; ମାତ୍ର ସେ ଝୁଣ୍ଟି ପତିତ ହେବ; ପୁଣି, ଦେଖାଯିବ ନାହିଁ । 20 ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟ ଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ । 21 ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚି; ସମୟରେ ଆସିବ ଓ ଚାଟୁବାକ୍ୟ-ଦ୍ଵାରା ରାଜ୍ୟ ପାଇବ । 22 ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ଵାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ହିଁ ଭଗ୍ନ ହେବ । 23 ପୁଣି, ତାହାର ସହିତ ସନ୍ଧି ସ୍ଥିର କରାଗଲା ଉତ୍ତାରେ ସେ ପ୍ରତାରଣାପୂର୍ବକ କାର୍ଯ୍ୟ କରିବ; କାରଣ ସେ ଆସି ଅଳ୍ପ ଲୋକ ଦ୍ଵାରା ପରାକ୍ରମୀ ହେବ । 24 ସେ ନିଶ୍ଚି; ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛିକାଳ କୌଶଳ କଳ୍ପନା କରିବ । 25 ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ୍ ଓ ପରାକ୍ରା; ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ । 26 ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ । 27 ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ । 28 ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରି ଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରି ଯିବ । 29 ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବ କାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ । 30 କାରଣ କିତ୍ତିମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରି ଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରି ଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ । 31 ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ । 32 ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ଵାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ଵରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ । 33 ଆଉ, ଲୋକମାନଙ୍କ ମଧ୍ୟରେ ଜ୍ଞାନୀମାନେ ଅନେକଙ୍କୁ ଉପଦେଶ ଦେବେ; ତଥାପି ଅନେକ ଦିନ ପର୍ଯ୍ୟନ୍ତ ସେମାନେ ଖଡ଼୍‍ଗରେ, ଅଗ୍ନିଶିଖାରେ, ବନ୍ଦୀଦଶାରେ ଓ ଲୁଟରେ ପତିତ ହେବେ । 34 ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ଵାରା ସେମାନଙ୍କ ସଙ୍ଗେ ଯୋଗ ଦେବେ । 35 ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ । 36 ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ଵରଗଣର ଈଶ୍ଵରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ । 37 ସେ ଆପଣା ପିତୃଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ । 38 ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ । 39 ପୁଣି, ସେ ବିଦେଶୀୟ ଦେବତାର ସାହାଯ୍ୟରେ ଦୃଢ଼ତମ ଦୁର୍ଗମାନର ପ୍ରତିକୂଳରେ କାର୍ଯ୍ୟ କରିବ, ଯେକେହି ତାହାକୁ ସ୍ଵୀକାର କରିବ, ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକର ଉପରେ ସେମାନଙ୍କୁ କର୍ତ୍ତୃତ୍ଵ ପଦ ଦେବ ଓ ପାରିତୋଷିକ ରୂପେ ଭୂମି ବିଭାଗ କରିବ । 40 ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ଵାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ । 41 ସେ ମଧ୍ୟ ରମ୍ୟ ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ । 42 ଆହୁରି, ସେ ନାନା ଦେଶ ଉପରେ ଆପଣା ହସ୍ତ ପ୍ରସାରିବ ଓ ମିସର ଦେଶ ରକ୍ଷା ପାଇବ ନାହିଁ । 43 ମାତ୍ର ମିସରର ସୁନା ଓ ରୂପାର ଭଣ୍ତାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୁଦୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ । 44 ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ଵାଦ ତାହାକୁ ଉଦ୍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ । 45 ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ଵୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମ କାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ ।
Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 12
1 2 3 4 5 6 7 8 9 10 11 12
Common Bible Languages
West Indian Languages
×

Alert

×

oriya Letters Keypad References