ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶଦ୍ଦବିଶିଷ୍ଟ ଦେଶ;
2. ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅଣ!
3. ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ଵଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର ।
4. କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷା; ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା ।
5. ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ ।
6. ପର୍ବତସ୍ଥ ଦୁର; ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେସବୁ ପରିତ୍ୟକ୍ତ ହେବ; ଦୁର; ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ ।
7. ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ ।

Notes

No Verse Added

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 66
ଯିଶାଇୟ 18:27
1 ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶଦ୍ଦବିଶିଷ୍ଟ ଦେଶ; 2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅଣ! 3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ଵଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର । 4 କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷା; ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା । 5 ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ । 6 ପର୍ବତସ୍ଥ ଦୁର; ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେସବୁ ପରିତ୍ୟକ୍ତ ହେବ; ଦୁର; ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ । 7 ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 18 / 66
Common Bible Languages
West Indian Languages
×

Alert

×

oriya Letters Keypad References