ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଶାଇୟ
1. ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ଵାସ-ଘାତକତା ନ କଲେ ହେଁ ବିଶ୍ଵାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ⇧ ଓ ବିଶ୍ଵାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ଵାସ-ଘାତକତା କରିବେ ।
2. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ଵରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ତ୍ରାଣ ସ୍ଵରୂପ ହୁଅ ।
3. କୋଳାହଳର ଶଦ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ ।
4. ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେପରି ତୁମ୍ଭମାନଙ୍କର ଲୁଟ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ ।
5. ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ଵଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି ।
6. ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ତାର ।
7. ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ଵେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି ।
8. ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ ।
9. ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ୍ ଓ କର୍ମିଲ୍ ପତ୍ର ଛାଡ଼ି ଦେଉଅଛନ୍ତି ।
10. ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା ।
11. ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍ ଶ୍ଵାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ ।
12. ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ ।
13. ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ-ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ଵୀକାର କର ।
14. ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି । ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନ; କାଳସ୍ଥାୟୀ ଜ୍ଵଳନରେ ବାସ କରିପାରେ?
15. ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
16. ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ଵରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ ।
17. ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ ।
18. ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ?
19. ତୁମ୍ଭେ ସେହି ଦୁର; ଗୋଷ୍ଠୀକି, ଅର୍ଥାତ୍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକି ଆଉ ଦେଖିବ ନାହିଁ।
20. ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି-ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ଵୁ ସ୍ଵରୂପ, ତହିଁର କୀଳାସବୁ⇧ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ତିବ ନାହିଁ ।
21. ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ଵରୂପ ହେବେ; ସେସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ ।
22. କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା,, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ ।
23. ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବସ୍ତର ଲୁଟଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟ ଦ୍ରବ୍ୟ ଧରିଲା ।
24. ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀ-ଲୋକ କହିବ ନାହିଁ; ତନ୍ନିବାସୀ-ଲୋକମାନଙ୍କର ଅପରାଧ କ୍ଷମା କରାଯିବ ।

ରେକର୍ଡଗୁଡିକ

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 33 / 66
1 ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ଵାସ-ଘାତକତା ନ କଲେ ହେଁ ବିଶ୍ଵାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ⇧ ଓ ବିଶ୍ଵାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ଵାସ-ଘାତକତା କରିବେ । 2 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ଵରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ତ୍ରାଣ ସ୍ଵରୂପ ହୁଅ । 3 କୋଳାହଳର ଶଦ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ । 4 ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେପରି ତୁମ୍ଭମାନଙ୍କର ଲୁଟ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ । 5 ସଦାପ୍ରଭୁ ଉନ୍ନତ; କାରଣ ସେ ଊର୍ଦ୍ଧ୍ଵଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି । 6 ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ତାର । 7 ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ଵେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି । 8 ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ । 9 ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ୍ ଓ କର୍ମିଲ୍ ପତ୍ର ଛାଡ଼ି ଦେଉଅଛନ୍ତି । 10 ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା । 11 ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍ ଶ୍ଵାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ । 12 ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ । 13 ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ-ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ଵୀକାର କର । 14 ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି । ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନ; କାଳସ୍ଥାୟୀ ଜ୍ଵଳନରେ ବାସ କରିପାରେ? 15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ; 16 ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ଵରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ । 17 ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ । 18 ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ? ମୁଦ୍ରା ତୌଲକାରୀ କାହିଁ? ଦୁର୍ଗ ଗଣନାକାରୀ କାହିଁ? 19 ତୁମ୍ଭେ ସେହି ଦୁର; ଗୋଷ୍ଠୀକି, ଅର୍ଥାତ୍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକି ଆଉ ଦେଖିବ ନାହିଁ। 20 ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି-ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ଵୁ ସ୍ଵରୂପ, ତହିଁର କୀଳାସବୁ⇧ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ତିବ ନାହିଁ । 21 ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ଵରୂପ ହେବେ; ସେସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ । 22 କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା,, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ । 23 ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବସ୍ତର ଲୁଟଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟ ଦ୍ରବ୍ୟ ଧରିଲା । 24 ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀ-ଲୋକ କହିବ ନାହିଁ; ତନ୍ନିବାସୀ-ଲୋକମାନଙ୍କର ଅପରାଧ କ୍ଷମା କରାଯିବ ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 33 / 66
×

Alert

×

Oriya Letters Keypad References