1. ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନସବୁରେ ଖୋଜ, ଯେବେ ନ୍ୟାୟାଚାରୀ ଓ ସତ୍ୟ ଅନ୍ଵେଷଣକାରୀ ଏକଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା⇧ ।
2. ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତା; ମିଥ୍ୟାରେ ଶପଥ କରନ୍ତି ।
3. ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ଵୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ଵୀକାର କରିଅଛନ୍ତି⇧ ।
4. ତହିଁରେ ମୁଁ କହିଲି, ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣା-ମାନଙ୍କ ପରମେଶ୍ଵରଙ୍କର ଶାସନ ଜାଣନ୍ତି ନାହିଁ;
5. ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ଵରଙ୍କ ଶାସନ ଜାଣନ୍ତି । ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନ ସବୁ ଛିଣ୍ତାଇ ପକାଇ ଅଛନ୍ତି ।
6. ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି ।
7. ଆମ୍ଭେ କିରୂପେ ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ଵର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ ।
8. ସେମାନେ ପ୍ରଭାତରେ ସୁପୋଷିତ ଅଶ୍ଵ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ ।
9. ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?
10. ତୁମ୍ଭେମାନେ ତାହାର ପ୍ରାଚୀର ଉପରକୁ ଯାଇ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ ।
11. ସଦାପ୍ରଭୁ କହନ୍ତି, ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟ; ବିଶ୍ଵାସଘାତକତା କରିଅଛନ୍ତି ।
12. ସେମାନେ ସଦାପ୍ରଭୁଙ୍କୁ ଅସ୍ଵୀକାର କରି କହିଲେ, ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ଼୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;
13. ଆଉ, ଭବିଷ୍ୟଦ୍ବକ୍ତାମାନେ ବାୟୁତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପ କରାଯିବ ।
14. ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ ।
15. ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକି ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେ ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ ।
16. ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେ ସମସ୍ତେ ବୀରପୁରୁଷ ।
17. ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା-ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ଵାସ କରିଅଛ, ସେସବୁକୁ ସେମାନେ ଖଡ଼୍ଗରେ ନିପାତ କରିବେ ।
18. ମାତ୍ର ସଦାପ୍ରଭୁ କହନ୍ତି, ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ ।
19. ଆଉ, ତୁମ୍ଭେମାନେ ଯେତେବେଳେ କହିବ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର କିହେତୁ ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି, ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ ।
20. ତୁମ୍ଭେମାନେ ଯାକୁବ-ବଂଶକୁ ଏକଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,
21. ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
22. ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ଵନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ ।
23. ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି ।
24. ଅଥବା ଯେ ଯଥାସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣା-ମାନଙ୍କର ପରମେଶ୍ଵରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ ।
25. ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି ।
26. କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି ।
27. ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବ; ହୋଇଅଛନ୍ତି ।
28. ସେମାନେ ଆହୁରି ଆହୁରି ମୋଟ ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନ-ମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ ।
29. ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁଣ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?
30. ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;
31. ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ଵାରା ଯାଜକମାନେ କର୍ତ୍ତୃତ୍ଵ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?