ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ
1. ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ଵାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ ।
2. ରାଜାର ଭୟଙ୍କରତା ସିଂହଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ ।
3. ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ ।
4. ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ ।
5. ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ ।
6. ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ଵସ୍ତ ଲୋକ କିଏ ପାଇ ପାରେ?
7. ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି ।
8. ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ଵାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ ।
9. ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ?
10. ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ ।
11. ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ଵାରା ଆପଣାର ପରିଚୟ ଦିଏ ।
12. ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି ।
13. ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ ।
14. କିଣିବା ଲୋକ କହେ, ଭଲ ନୁହେଁ, ଭଲ ନୁହେଁ, ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ ।
15. ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରନି ।
16. ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍ ହୁଏ, ତାହାକୁ ବନ୍ଧକ ରଖ ।
17. ମିଥ୍ୟାଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ ।
18. ମନ୍ତ୍ରଣା ଦ୍ଵାରା ପ୍ରତ୍ୟେକ ସଙ୍କଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର ।
19. ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ ।
20. ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ । ମାଥି. ୧୫:୪ ଆୟୁ. ୧୮:୫,୬
21. ପ୍ରଥମରେ କୌଣସି ଅଧିକାର ହଠାତ୍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ ।
22. ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।
23. ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି ଅଯଥାର୍ଥ ଦଣ୍ତି ଭଲ ନୁହେଁ ।
24. ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିରୂପେ ବୁଝିପାରିବ?
25. ଏହା ପବିତ୍ର ବୋଲି ହଠାତ୍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ଵରୂପ ।
26. ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ ।
27. ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ ।
28. ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ଵାରା ତାହାର ସିଂହାସନ ସ୍ଥିର ହୁଏ ।
29. ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ଵକେଶ ସେମାନଙ୍କର ଶୋଭା ।
30. କ୍ଷତଜନକ ପ୍ରହାର ମନ୍ଦତା ପରିଷ୍କାର କରେ, ପୁଣି ଦଣ୍ତାଘାତ ଅନ୍ତରାଳୟରେ ପ୍ରବେଶ କରେ ।

ରେକର୍ଡଗୁଡିକ

Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 31
1 ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ଵାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ । 2 ରାଜାର ଭୟଙ୍କରତା ସିଂହଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ । 3 ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ । 4 ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ । 5 ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ । 6 ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ଵସ୍ତ ଲୋକ କିଏ ପାଇ ପାରେ? 7 ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି । 8 ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ଵାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ । 9 ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ? 10 ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ । 11 ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ଵାରା ଆପଣାର ପରିଚୟ ଦିଏ ।
12 ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି ।
13 ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ । 14 କିଣିବା ଲୋକ କହେ, ଭଲ ନୁହେଁ, ଭଲ ନୁହେଁ, ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ । 15 ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରନି । 16 ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍ ହୁଏ, ତାହାକୁ ବନ୍ଧକ ରଖ । 17 ମିଥ୍ୟାଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ । 18 ମନ୍ତ୍ରଣା ଦ୍ଵାରା ପ୍ରତ୍ୟେକ ସଙ୍କଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର । 19 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ । 20 ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ । ମାଥି. ୧୫:୪ ଆୟୁ. ୧୮:୫,୬ 21 ପ୍ରଥମରେ କୌଣସି ଅଧିକାର ହଠାତ୍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ । 22 ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ। 23 ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି ଅଯଥାର୍ଥ ଦଣ୍ତି ଭଲ ନୁହେଁ । 24 ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିରୂପେ ବୁଝିପାରିବ? 25 ଏହା ପବିତ୍ର ବୋଲି ହଠାତ୍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ଵରୂପ । 26 ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ । 27 ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ । 28 ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ଵାରା ତାହାର ସିଂହାସନ ସ୍ଥିର ହୁଏ । 29 ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ଵକେଶ ସେମାନଙ୍କର ଶୋଭା । 30 କ୍ଷତଜନକ ପ୍ରହାର ମନ୍ଦତା ପରିଷ୍କାର କରେ, ପୁଣି ଦଣ୍ତାଘାତ ଅନ୍ତରାଳୟରେ ପ୍ରବେଶ କରେ ।
Total 31 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 31
×

Alert

×

Oriya Letters Keypad References