ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆୟୁବ ପୁସ୍ତକ
1. ଏଥିରେ ଆୟୁବ ଉତ୍ତର କରି କହିଲା,
2. ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ଵନାକାରୀ ଅଟ ।
3. ଅସାର କଥାରେ କି ଶେଷ ଥାଏ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି?
4. ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯେବେ ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ତ ହଲାଇ ପାରନ୍ତି ।
5. ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋʼ ଓଷ୍ଠାଧରର ସାନ୍ତ୍ଵନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା ।
6. ମୁଁ କଥା କହିଲେ ହେଁ ମୋʼ ଦୁଃଖର ଉପଶମ ହେଉ ନାହିଁ; ମୁଁ ନୀରବ ହେଲେ ହେଁ କି ମୋହର ଆରାମ ହୁଏ?
7. ମାତ୍ର ସେ ଏବେ ମୋତେ କ୍ଳା; କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ ।
8. ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ ।
9. ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋʼ ଉପରେ ଦ; କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି ।
10. ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି; ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି ।
11. ପରମେଶ୍ଵର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି ।
12. ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ତ ଖଣ୍ତ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି ।
13. ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ଯକୃତ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି ।
14. ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି ।
15. ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି ।
16. ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଛାୟା ମୋʼ ଚକ୍ଷୁର ପତା ଉପରେ ଅଛି ।
17. ତଥାପି ମୋʼ ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ ।
18. ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ ।
19. ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ଵର୍ଗରେ ଅଛନ୍ତି ଓ ମୋʼ ପକ୍ଷରେ ପ୍ରମାଣଦାତା ଊର୍ଦ୍ଧ୍ଵରେ ଅଛନ୍ତି ।
20. ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ;
21. ଯେପରି ସେ ପରମେଶ୍ଵରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ ।
22. କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି ।

ରେକର୍ଡଗୁଡିକ

Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 16 / 42
1 ଏଥିରେ ଆୟୁବ ଉତ୍ତର କରି କହିଲା, 2 ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ଵନାକାରୀ ଅଟ । 3 ଅସାର କଥାରେ କି ଶେଷ ଥାଏ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି? 4 ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯେବେ ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ତ ହଲାଇ ପାରନ୍ତି । 5 ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋʼ ଓଷ୍ଠାଧରର ସାନ୍ତ୍ଵନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା । 6 ମୁଁ କଥା କହିଲେ ହେଁ ମୋʼ ଦୁଃଖର ଉପଶମ ହେଉ ନାହିଁ; ମୁଁ ନୀରବ ହେଲେ ହେଁ କି ମୋହର ଆରାମ ହୁଏ? 7 ମାତ୍ର ସେ ଏବେ ମୋତେ କ୍ଳା; କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ । 8 ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ । 9 ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋʼ ଉପରେ ଦ; କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି । 10 ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି; ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି । 11 ପରମେଶ୍ଵର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି । 12 ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ତ ଖଣ୍ତ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି । 13 ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ଯକୃତ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି । 14 ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି । 15 ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି । 16 ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଛାୟା ମୋʼ ଚକ୍ଷୁର ପତା ଉପରେ ଅଛି । 17 ତଥାପି ମୋʼ ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ । 18 ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ । 19 ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ଵର୍ଗରେ ଅଛନ୍ତି ଓ ମୋʼ ପକ୍ଷରେ ପ୍ରମାଣଦାତା ଊର୍ଦ୍ଧ୍ଵରେ ଅଛନ୍ତି । 20 ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ; 21 ଯେପରି ସେ ପରମେଶ୍ଵରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ । 22 କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି ।
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 16 / 42
×

Alert

×

Oriya Letters Keypad References