ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଗୁମ୍ପାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା । ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
2. ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ ।
3. ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ । ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି ।
4. ମୋʼ ଦକ୍ଷିଣ ପାର୍ଶ୍ଵ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ ।
5. ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ ।
6. ମୋʼ କାକୁକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ ।
7. କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 142 / 150
1 ଗୁମ୍ପାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା । ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ; 2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ । 3 ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ । ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି । 4 ମୋʼ ଦକ୍ଷିଣ ପାର୍ଶ୍ଵ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ । 5 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ । 6 ମୋʼ କାକୁକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ । 7 କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 142 / 150
×

Alert

×

Oriya Letters Keypad References